ଭୁବନେଶ୍ୱର ୦୪।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୦୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
wp:html/wp:htmlDetails of cases confirmed as death due to Covid-19, after due completion of death audit process:
— H & FW Dept Odisha (@HFWOdisha) October 4, 2021
1.A 63 years old Male of Bhubaneswar who was also suffering from Diabetes Mellitus.
2.A 63 years old Female of Bhubaneswar who was also suffering from Hypertension.
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୮୩୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୭୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୧୫୦୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୨୩୬୯୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।