Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

12/09/2021 at 9:31 AM

ଭୁବନେଶ୍ୱର ୧୨।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୩୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୧୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୮୫୪୨୯୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts