Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ପୂର୍ବତନ ସରପଞ୍ଚଙ୍କୁ ବିଚ୍‌ ରାସ୍ତାରେ ହତ୍ୟା ଘଟଣା, ୬ଗିରଫ

14/11/2021 at 2:51 PM

ବ୍ରହ୍ମପୁର ୧୪।୧୧: ପୂର୍ବତନ ସରପଞ୍ଚ ହତ୍ୟାକାଣ୍ଡ ଘଟଣା । ଏହି ମାମଲାରେ ୬ଜଣଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ୩ଟି ଖଣ୍ଡା ଜବତ କରାଯାଇଛି। ପ୍ରେସମିଟ୍‌ ଜରିଆରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଏହି ସୂଚନା ଦେଇଛନ୍ତି ।

 ଖବର ଅନୁଯାୟୀ, ବ୍ରହ୍ମପୁର ଉପକଣ୍ଠ ସୁକୁଣ୍ଡା ଫାଣି ଫ୍ୟାକ୍ଟ୍ରି ନିକଟରେ ଗତ ୫ତାରିଖରେ ଅନନ୍ତେଇର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ଦୁର୍ବୃତ୍ତ ଅତି ନିର୍ମମ ଭାବେ ବିଚ୍‌ ରାସ୍ତାରେ ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡରେ ଏବେ ୬ଜଣଙ୍କୁ ଗିରଫ କରିଛି ପୋଲିସ । ଏନେଇ ବ୍ରହ୍ମପର ଏସ୍‌ପି ପିନାକ ମିଶ୍ର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛି ।

ଘଟଣାରେ ୩ ଟି ଖଣ୍ଡା , ବାଇକ୍ , ୬ ଟି ମୋବାଇଲ୍ ଫୋନ୍, ଦୁଇଟି ଗଜ ଜବତ କରିଛି ପୋଲିସ। ବଡବଜାର ଓ ଦିଗପହଣ୍ଡି ପୁଲିସ୍ ମିଳିତ ଭାବେ ତଦନ୍ତ କରି ଏହି ଘଟଣାରେ ସମସ୍ତଙ୍କୁ ଗିରଫ କରିଛି । ସପ୍ତାହକ ରିମାଣ୍ଡରେ ଆଣିବାକୁ ଆବେଦନ କରାଯାଇ ଅଧିକ ତଦନ୍ତ କରାଯିବ ବୋଲି ଏସ୍ ପି କହିଛନ୍ତି ।

   Related Posts