Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||

ଜୋର୍ ଧରିଲା ଦରଦାମ ବୃଦ୍ଧି ପ୍ରତିବାଦ, ଆଜି ବାମଦଳର ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

15/07/2021 at 7:26 AM

ଭୁବନେଶ୍ୱର ୧୫।୦୭: ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ । ପେଟ୍ରୋଲ୍ , ଡିଜେଲ୍ , ରନ୍ଧନ ଗ୍ୟାସ୍ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଳାଇଛନ୍ତି ବାମପନ୍ଥୀ ଦଳ। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ଯାଏ ବନ୍ଦ ପାଳନ ହେବ । କଂଗ୍ରେସ ଓ ଅଖିଳ ଭାରତୀୟ ଛାତ୍ରସଂଘ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି ।

ତେବେ ଓଡ଼ିଶା ବନ୍ଦକୁ ଦୃଷ୍ଟିରେ ରଖି ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଳାପାଳଙ୍କୁ ଚିଠି ଲେଖାଯାଇଛି । ବନ୍ଦ ପାଳନ ସମୟରେ ଆଇନ ଶୃଙ୍ଖଳା ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଗୃହ ସଚିବ ସନ୍ତୋଷ ବାଲା ଚିଠିରେ ଉଲ୍ଲେଖ କରିଛନ୍ତି । ବନ୍ଦ ପାଳନ ସମୟରେ ବ୍ୟବସାୟିକ ପ୍ରତିଷ୍ଠାନ, ମାର୍କେଟ୍ , କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସରକାରୀ କାର୍ଯ୍ୟାଳୟ, କୋର୍ଟ, ପେଟ୍ରୋଲ୍ ପମ୍ପ, ବ୍ୟାଙ୍କ, ଆର୍ଥିକ ଅନୁଷ୍ଠାନ ଗୁଡ଼ିକ ବନ୍ଦ ରହିପାରେ । ସେହିପରି ରେଳ ଚଳାଚଳ ମଧ୍ୟ ପ୍ରଭାବିତ ହୋଇପାରେ । ତେବେ ବନ୍ଦ ପାଳନ ସମୟରେ ଜରୁରୀ କାଳୀନ ବ୍ୟବସ୍ଥା ଜାରି ରହିବ ।

   Related Posts