Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଜମିବାଡିକୁ ନେଇ ସଂଘର୍ଷ, ୨ ପରିବାରର ୬ ଜଣ ଆହତ

6/09/2021 at 4:10 PM

ମାର୍ଶାଘାଇ ୬।୯: ଜମିବାଡ଼ିକୁ ନେଇ ୨ ପରିବାର ମଧ୍ୟରେ ଲାଗି ରହିଥିବା ଗଣ୍ଡଗୋଳ ରବିବାର ରାତିରେ ଉଗ୍ରରୂପ ନେଇଛି । ଦୁଇ ପରିବାରର ଆକ୍ରମଣ ଓ ପ୍ରତି ଆକ୍ରମଣରେ ୬ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ଘଟଣାଟି କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ସାନଗାଁର । 

ଭଜମନ ବେହେରା ଏବଂ ଅଭୟ କୁମାର ବେହେରାଙ୍କ ପରିବାର ମଧ୍ୟରେ ଅନେକ ଦିନରୁ ଜମିବାଡ଼ିକୁ ନେଇ ଗଣ୍ଡଗୋଳ ଲାଗିରହିଥିଲା । ରବିବାର ରାତିରେ ତାହା ଉଗ୍ରରୂପ ନେଇଛି । ଭଜମନ ବେହେରାଙ୍କ ପରିବାର ପକ୍ଷରୁ ହୋଇଥିବା ଆକ୍ରମଣରେ ଅଭୟ କୁମାର ବେହେରାଙ୍କ ପରିବାରର ୪ ଜଣ ଆହତ ହୋଇ କେନ୍ଦ୍ରାପଡା ଜିଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ପ୍ରତି ଆକ୍ରମଣରେ ଭଜମନ ବେହେରାଙ୍କ ପରିବାରର ଦୁଇ ଜଣ ଆହତ ହୋଇ ମାର୍ଶାଘାଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଉଭୟ ପକ୍ଷରୁ ମାର୍ଶାଘାଇ ଥାନାରେ ଲିଖିତ ଅଭିଯୋଗ ହେବା ପରେ ମାର୍ଶାଘାଇ ପୋଲିସ ତଦନ୍ତ ଜାରି ରଖିଛି ।

   Related Posts