Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଜ୍ୟରେ ବୃଦ୍ଧି ପାଉଛି କରୋନାଜନିତ ମୃତ୍ୟୁସଂଖ୍ୟା : ଆଉ ୬ ଆକ୍ରାନ୍ତଙ୍କ ଗଲା ଜୀବନ, ମୃତକଙ୍କ ସଂଖ୍ୟା ୧୧୪କୁ ବୃଦ୍ଧି

23/07/2020 at 11:12 AM

ଭୁବନେଶ୍ୱର ୨୩।୭: ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଟ୍ବିଟ୍ ଅନୁଯାୟୀ ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ ଏବଂ ଜଣେ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଡାଇବେଟିସ୍ କେଟୋଏସିଡୋସିସ୍ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୦୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୨୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୭୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୨୧୯୩୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts