ଟ୍ରକ୍ ପଛରେ ଧକ୍କା ଦେଲା ଏସୟୁଭି : ୬ ଜଣଙ୍କ ମୃତ୍ୟୁ, ୩ ଗୁରୁତର

Published By : Prameya-News7 Bureau | February 23, 2021 IST

କତିହାର ୨୩।୨: ବିହାର କତିହାରରେ ମଙ୍ଗଳବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଲୋକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ବିହାର କତିହାର କୁରସେଲା ଥାନା ଅଞ୍ଚଳରେ ଜାତୀୟ ରାଜପଥ ୩୧ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଏସୟୁଭି ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଲୋକ ଗୁରୁତର ହୋଇଛନ୍ତି ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଲୋକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଛି । ଶବଗୁଡିକ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.