Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ବିଜେପୁରରେ ବିଜେପି ପ୍ରାର୍ଥୀ ସନତ ଗଡତିଆଙ୍କ ପାଇଁ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

3/10/2019 at 12:20 PM

ଭୁବନେଶ୍ବର ୩।୧୦: ବିଜେପୁର ଉପ ନିର୍ବାଚନ ନେଇ ସରଗରମ ହୋଇଛି ରାଜନୈତିକ ମାହୋଲ । ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଏବଂ କଂଗ୍ରେସ ନିଜ ନିଜ ପ୍ରସ୍ତୁତିରେ ଲାଗିପଡିଛନ୍ତି । ତିନି ପ୍ରମୁଖ ଦଳର ପ୍ରାର୍ଥୀଙ୍କ ମଧ୍ୟରେ କଡା ଟକ୍କର ହେବ ବୋଲି ଚର୍ଚ୍ଚା ଜୋର ଧରିଛି । ଏହି ପରିପ୍ରେକ୍ଷୀରେ ୪୦ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛି ବିଜେପି । ଏହି ତାଲିକାରେ ୩ଜଣ କେନ୍ଦ୍ରମନ୍ତ୍ରୀ ସାମିଲ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ବିଜେପୁର ଉପ ନିର୍ବାଚନ ପାଇଁ ବିଜେଡି ରୀତା ସାହୁଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରିଛି । ସେହିଭଳି ବିଜେପି ସନତ ଗଡତିଆଙ୍କୁ ପ୍ରାର୍ଥୀ କରିଛି ।

କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ସମେତ ୩ କେନ୍ଦ୍ରମନ୍ତ୍ରୀ ବିଜେପି ପ୍ରାର୍ଥୀ ସନତ ଗଡତିଆଙ୍କ ପାଇଁ ପ୍ରଚାର କରିବାକୁ ଆସିବେ । ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଅକ୍ଟୋବର୧୪ ତାରିଖ ପରେ ସ୍ମୃତି ପ୍ରଚାର ପାଇଁ ବିଜେପୁର ଆସିବେ ।

ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଚଳିତ ଥର ବିଜେଡିର ‘ବି’ ଟିମ୍‌ ହୋଇ କାମ କରିବ କଂଗ୍ରେସ । ଗତ ଉପନିର୍ବାଚନରେ ଯେଉଁଭଳି ଭାବେ କଂଗ୍ରେସର ଭୋଟ୍ ବିଜେଡିକୁ ବିକ୍ରି ହୋଇଥିଲା, ଏଥର ମଧ୍ୟ ସେହିଭଳି ଭାବେ ବିଜେଡିକୁ ବିକ୍ରି ହେବ । ଏହା ପ୍ରାର୍ଥୀ ଚୟନରୁ ସ୍ପଷ୍ଟ ହୋଇଛି ବୋଲି ସେ କହିଛନ୍ତି ।

   Related Posts