Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସଚିନ୍ ପାଇଲଟ୍‌ଙ୍କ ଫୁସଫୁସରେ ସଂକ୍ରମଣ, ଆଜି ଆସିବ ଟେଷ୍ଟ ରିପୋର୍ଟ
  • ||
  • ବରିଷ୍ଠ ବିଜେପି ନେତାଙ୍କ ବିବାଦୀୟ ବୟାନ୍-‘ମୁସଲମାନ୍ ପ୍ରାର୍ଥୀଙ୍କୁ କେବେ ବି ଦେବୁନି ଟିକେଟ୍’
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ଭୋଜି ଖାଇବାରୁ ବାହାରିଲା ସାପ : ଡ଼ରରେ ଡ଼ାକ୍ତରଖାନାରେ ଭର୍ତ୍ତି ହେଲେ ୫୦ରୁ ଅଧିକ ଲୋକ

23/01/2020 at 4:06 PM

କେନ୍ଦ୍ରାପଡ଼ା ୨୩/୧: ଖାଦ୍ୟରୁ ବାହାରିଲା ସାପ । ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନ ନଗର ଦେଉଳି ଗାଁରେ ଏକ ମହିଳା ଗୋଷ୍ଠୀ ନିଜ ଗାଁ ତାରିଣୀ ଠାକୁରାଣୀ ମନ୍ଦିରରେ ଭୋଜି କରୁଥିଲେ । ତେବେ ଖାଇବା ସମୟରେ ଖାଦ୍ୟ ଭିତରୁ ପ୍ରାୟ ଏକ ଫୁଟରୁ ଉର୍ଦ୍ଧ୍ବ ଲମ୍ବ ବିଶିଷ୍ଟ ଏକ ବିଷଧର ସାପ ବାହାରିଥିଲା । ଯାହାକୁ ନେଇ ଗ୍ରାମବାସୀ ମାନଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି ।

ଏହି ଖାଦ୍ୟକୁ ଗାଁର ଛୋଟରୁ ବଡ ପର୍ଯ୍ୟନ୍ତ ଅନୋକ ଲୋକ ଖାଇଥିଲେ । ସାପକୁ ନେଇ ମନରେ ଭୟ ସୃଷ୍ଟି ହେବାରୁ ପ୍ରସାଦ ସେବନ କରିଥିବା ୫୦ରୁ ଅଧିକ ଲୋକ ପଟ୍ଟାମୁଣ୍ଡାଇ ଡାକ୍ତରଖାନାରେ ଚିକତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ପ୍ରାରମ୍ଭିକ ପର୍ଯ୍ୟାୟରେ ସେମାନଙ୍କର ECG ଓ ବ୍ଲଡ ଟେଷ୍ଟ କରାଯାଇଥିବା କହିଛନ୍ତି ଡାକ୍ତର।

   Related Posts