Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଜେସିବି ଇଞ୍ଜିନରୁ ୧୧ ଫୁଟର ଅଜଗର ଉଦ୍ଧାର

18/01/2021 at 9:57 AM

ବ୍ରହ୍ମପୁର ୧୮।୦୧ : ଜେସିବିରୁ ୧୧ ଫୁଟର ଅଜଗର ସାପ ଉଦ୍ଧାର । ବ୍ରହ୍ମପୁର ସହର ଉପକଣ୍ଠ ପଲ୍ଲୀଗୁମୁଲା ଗାଁ ନୂଆ ବନ୍ଧ ନିକଟରୁ ୨ଟି ବିଶାଳକାୟ ଅଜଗର ସାପ ଉଦ୍ଧାର ହୋଇଛି । ସ୍ନେକ ହେଲ୍ପ ଲାଇନ ସଦସ୍ୟ ପହଞ୍ଚି ସାପକୁ ଉଦ୍ଧାର କରିଛନ୍ତି ।

ଖବର ଅନୁଯାୟୀ, ନୂଆ ବନ୍ଧର ସୋନ୍ଦର୍ଯ୍ୟ କରଣ କାର୍ଯ୍ୟ ଚାଲିଛି । ଜେସିବି ମସିନ ଦ୍ୱାରା ପାଣି ବାହାର କରିବାକୁ ନାଳ ଖୋଳା ଯାଉଥିଲା। ଉକ୍ତ ନାଳ ଖୋଲିବା ସମୟରେ ଗୋଟିଏ ବଡ଼ ପାଇପ ମଧ୍ୟରୁ ଦୁଇଟି ଅଜଗର ସାପ ବାହାରକୁ ଆସିଥିଲେ। ଗୋଟିଏ ୭ ଫୁଟର ଅଜଗରକୁ ଜେସିବି ଚାଳକ କୌଶଳ କ୍ରମେ ଗାଡିର ଶୁଣ୍ଢରେ ଦାବି ରଖିଥିଲେ।

 ଅନ୍ୟ ଗୋଟିଏ ସାପ ଗାଡିର ଇଞ୍ଜିନ ମଧ୍ୟରେ ପ୍ରବେଶ କରିଥିଲେ। ଏହା ପରେ ସ୍ନେକ ହେଲ୍ପ ଲାଇନକୁ ଖବର ଦିଆଯାଇଥିଲା । ସ୍ନେକ ହେଲ୍ପ ଲାଇନ ସଦସ୍ୟ ପହଞ୍ଚି ପ୍ରଥମେ ସାତ ଫୁଟର ଅଜଗର ସାପକୁ ଉଦ୍ଧାର କରିଥିଲେ। ଏହାପରେ ଦୀର୍ଘ ତିନି ଘଣ୍ଟାର ପରିଶ୍ରମ ପରେ ଅନ୍ୟ ଗୋଟିଏ ଅଜଗର ଯାହାର ଲମ୍ବ ୧୧ଫୁଟ ହେବ ତାକୁ ଉଦ୍ଧାର କରିଥିଲେ।

   Related Posts