Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

କୋଭିଡ୍ କଟକଣାରେ ତୃତୀୟ ଶ୍ରୀକ୍ଷେତ୍ର ନୀଳଗିରି ଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନନୀତି ସମ୍ପନ୍ନ

24/06/2021 at 3:22 PM

ନୀଳଗିରି ୨୪।୬: ଚଳିତବର୍ଷ କୋଭିଡ୍ କଟକଣା ଭିତରେ ତୃତୀୟ ଶ୍ରୀକ୍ଷେତ୍ର ନୀଳଗିରି ଜଗନ୍ନାଥ ମନ୍ଦିର ପରିସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ସ୍ନାନନୀତି ସମ୍ପନ୍ନ ହୋଇଛି। ଚଳିତବର୍ଷ ସରକାରଙ୍କ କଟକଣା ଭିତରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ବାରଣ କରାଯାଇଥିଲା। ହେଲେ ରଥର ନୀତିପୂଜା ସବୁ ମନ୍ଦିର ଭିତରେ ହେବାକୁ ନିର୍ଦ୍ଦେଶ ରହିଛି।

ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ସକାଳୁ ତିନି ଠାକୁର ରତ୍ନ ସିଂହାସନରୁ ସ୍ନାନ ମଣ୍ଡପ ବିଜେ କରିବାକୁ ତଳକୁ ଆସିଥିଲେ। ପରେ ଦିନ ୧୦ଟାରେ ନୀଳଗିରି ରାଜା ଜୟନ୍ତଚନ୍ଦ୍ର ମର୍ଦରାଜ ହରିଚନ୍ଦନ ରାଜବାଟି ପରିସରରୁ ଆସିବା ପରେ ତିନିଠାକୁରଙ୍କୁ ଦର୍ଶନ କରି ବନ୍ଦାପନା କରିଥିଲେ। ପ୍ରଥମେ ସୁଦର୍ଶନ ପରେ ବଳଭଦ୍ର ଓ ସୁଭଦ୍ରା ସ୍ନାନ ମଣ୍ଡପ ବିଜେ କରିବା ପରେ ଜଗନ୍ନାଥ ବିଜେ କରିଥିଲେ। ଏହାପରେ ସୁବାସିତ ୧୦୮ କଳସ ପାଣି ଅଣାଯାଇଥିଲା । ରୀତିପୂଜା ପରେ ଆଳତୀ ହୋଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ୧୦୮ କଳସ ଜଳରେ ସ୍ନାନ କରାଯାଇଥିଲା। ଅପରାହ୍ନରେ ତିନିଠାକୁର ଗଜାନନ ବେଶ । କୋଭିଡ କଟକଣା ପାଇଁ ରଥଦାଣ୍ଡ ଖାଁ ଖାଁ ଡାକୁଥିବା ବେଳେ ଆଖପାଖର କିଛି ଭକ୍ତଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା।

   Related Posts