Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

ଆଜି ରଥଯାତ୍ରାର ଆଦ୍ୟପର୍ବ ପ୍ରସିଦ୍ଧ ସ୍ନାନଯାତ୍ରା

28/06/2018 at 5:18 AM

ଆଜି ରଥଯାତ୍ରାର ଆଦ୍ୟପର୍ବ ପ୍ରସିଦ୍ଧ ସ୍ନାନଯାତ୍ରା। ଏହି ଦିନ ଶ୍ରୀମନ୍ଦିରରୁ ବାହାରି ସ୍ନାନ ବେଦିରେ ବିଶ୍ୱବାସୀଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି। ଏହି ଉପଲକ୍ଷେ ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସେନାପଟି ଲାଗି ଓ ଅନ୍ୟାନ୍ୟ ନୀତି ଶେଷ ହେବ। ସ୍ନାନ କାର୍ଯ୍ୟ ପାଇଁ ଶ୍ରୀମନ୍ଦିର ସ୍ନାନମଣ୍ଡପ ଆଜି ସଜେଇ ହୋଇଛି। ସ୍ନାନମଣ୍ଡପକୁ ରଙ୍ଗ ଦେଇ ସୁସଜ୍ଜିତ କରାଯିବା ସହ ଆବଶ୍ୟକ ଲୁହାବାଡ଼ରେ ଅଚ୍ଛାଦିତ କରାଯାଇଛି। ମହାପ୍ରଭୁ ଶ୍ରୀମନ୍ଦିର ପରିସରସ୍ଥିତ ସୁନା କୂଅରୁ ୧୦୮ ଗରା ଜଳରେ ସ୍ନାନ କରିବାର ପରମ୍ପରା ରହିଥିବାରୁ ଆଜି ଏହାର ଶୋଧ କାର୍ଯ୍ୟ ଶେଷ ହୋଇଛି। ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଦେବସ୍ନାନ ପାଇଁ ବ୍ୟାପକ ପୁଲିସ ମୁତୟନ କରାଯିବା ସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସିଂହଦ୍ଵାର ଆଗରେ ବ୍ୟାରିକେଡ୍ ର ବ୍ୟବସ୍ଥା କରାଯାଇଛି । ୪୨ ପ୍ଲାଟୁନ୍ ଫୋର୍ସ ଓ ୨୫୦ ଅଫିସରଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି । ଭକ୍ତମାନେ ଦର୍ଶନ ବେଳେ ସିଂହଦ୍ଵାର ଦେଇ ପ୍ରବେଶ ଓ ଉତ୍ତରଦ୍ଵାର ଦେଇ ବାହାରିବାର ବ୍ୟବସ୍ଥା କରାଯାଇଛି।

   Related Posts