Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ରେଡିଓ କ୍ଲବ୍ ମିଟ୍ ଆୟୋଜିତ

7/10/2021 at 8:04 PM

ଭୁବନେଶ୍ୱର, ୭/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସଂଗୀତ, ନୃତ୍ୟ, ପୋଡକାଷ୍ଟ, ରେଡିଓ ଜକିଂ, ସେଲିବ୍ରିଟି ଟକ୍ ଏବଂ କମ୍ୟୁନିଟି ରେଡିଓ ସମ୍ପର୍କିତ ବିତର୍କ ଓ ଆଲୋଚନାକୁ ନେଇ ୧୦ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ଡିଜିଟାଲ୍ ୟୁନିଭର୍ସିଟି ରେଡିଓ କ୍ଳବ୍ ମିଟ୍ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ଗୋଟିଏ ପ୍ଲାଟଫର୍ମରେ ସମସ୍ତ ବିଭାଗର ଛାତ୍ରଛାତ୍ରୀ ମାନଙ୍କୁ ଏକାଠି କରିବା ଏବଂ ସେମାନଙ୍କ ମଧ୍ୟରେ ଆଲୋଚନା କରିବା ଏହି ଡିଜିଟାଲ୍ ମିଟ୍‌ର ମୁଖ୍ୟ ଉଦ୍ଦେଶ୍ୟ ଥିଲା ବୋଲି ସୋଆ କମ୍ୟୁନିଟି ରେଡିଓର ଅଫିସର ଇନ୍‌ଚାର୍ଜ ଶ୍ରୀମତି ହନି ପଟ୍ଟନାୟକ କହିଛନ୍ତି ।

ସେହିପରି ସମାଜରେ ନିଷ୍ପେସିତ ଶିଶୁମାନଙ୍କର କିଭଳି ବିକାଶ ହୋଇପାରିବ ସେ ଦିଗରେ ଛାତ୍ରଛାତ୍ରୀ କାର୍ଯ୍ୟ କରିବା ମଧ୍ୟ ଏହି ମିଟ୍‌ର ଅନ୍ୟ ଏକ ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି । ଶିକ୍ଷା ଓ କୃଷି କ୍ଷେତ୍ରରେ ଉନ୍ନତି ସାଧନ ନିମନ୍ତେ ରେଡିଓ କିପରି ମାଧ୍ୟମ ହୋଇପାରିବ ସେ ବିଷୟରେ ମଧ୍ୟ ଆଲୋଚନା କରାଯାଇଥିଲା ବୋଲି ଶ୍ରୀମତି ପଟ୍ଟନାୟକ କହିଛନ୍ତି ।

ଆମେ ବର୍ତ୍ତମାନ ବିଭିନ୍ନ ସାମାଜିକ ବିଷୟବସ୍ତୁକୁ ନେଇ କିଭଳି ସଚେତନତା ସୃଷ୍ଟି କରାଯାଇପାରିବ ସେ ନେଇ ବିଭିନ୍ନ ବିଶ୍ୱବିଦ୍ୟାଳୟର ରେଡିଓ କ୍ଲବଗୁଡ଼ିକୁ ଏକାଠି କରିବାକୁ ଚେଷ୍ଟା କରୁଛୁ ବୋଲି ସେ କହିଛନ୍ତି । ଭେଲୋର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ଭୋଲୋର, ଭିଆଇଟି, ଚେନ୍ନାଇ ଏବଂ କୋଚିନ୍‌ ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି (ସିୟୁଏସ୍‌ଏଟି) ରେଡିଓ କ୍ଲବଗୁଡ଼ିକର ଛାତ୍ରଛାତ୍ରୀ, ଫ୍ୟାକଲ୍ଟି ମେମ୍ବର୍ସ ଏବଂ ଅତିଥିମାନେ ଏହି ମିଟ୍‌ରେ ଭାଗ ନେଇଥିଲେ ।

   Related Posts