Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||
  • ଢେଙ୍କାନାଳ : ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଚଣ୍ଡିଖୋଲ : ବେଆଇନ ଲଘୁଖଣିଜ ପରିବହନ ବେଳେ ଭିଜିଲାନ୍ସ ରେଡ୍‌, ହାଇୱା ଓ ଟ୍ରକ ଜବତ
  • ||

ସୋଆ ପକ୍ଷରୁ ନେତାଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳିତ, ଦେଶ ଛଡା ଆଉ କିଛି ଚିନ୍ତା କରୁନଥିଲେ ସୁଭାଷ ବୋଷ

23/01/2021 at 8:36 PM

ଭୁବନେଶ୍ଵର ୨୩।୦୧: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ(ସୋଆ ) ବିଶ୍ଵବିଦ୍ୟାଳୟ ପରିସରରେ ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟରର ମିଳିତ ଆନୁକୂଲ୍ୟରେ ଏକ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି ଉତ୍ସବରେ ଯୋଗ ଦେଇ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ନେତାଜୀଙ୍କ ଜୀବନ ଯୁବ ସମାଜ ନିମନ୍ତେ ପ୍ରେରଣାର ଉତ୍ସ ହେବା ଆବଶ୍ୟକ ବୋଲି କହିଥିଲେ।

ଆଜିର ପବିତ୍ର ଦିନରେ ଆମେ ନେତାଜୀଙ୍କ ଜୀବନର ସକାରାତ୍ମକ ଦିଗ ଗୁଡିକୁ ଆଲୋଚନା କରି ସ୍ଵାଧୀନତା ଆନ୍ଦୋଳନରେ ତାଙ୍କର ଭୂମିକାକୁ ସମ୍ମାନିତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ଏହି ଦିନଟିକୁ ‘ପରାକ୍ରମ ଦିବସ’ ଭାବେ ପାଳନ କରାଯାଉଛି ।

ଆମେ କେବଳ ଆମ ନିଜ ସ୍ୱାର୍ଥ ବିଷୟରେ ଚିନ୍ତା କରିବା ସହ ଅନ୍ୟ କାହା କଥା ଚିନ୍ତା କରୁନାହୁଁ ସେ କେବଳ ଦେଶ ଛଡା ଆଉ କିଛି ଚିନ୍ତା କରୁନଥିଲେ।  କଟକରେ ଜନ୍ମିତ ନେତାଜୀ ଖୁବ ପ୍ରତିଭା ସଂପନ୍ନ ଥିଲେ ବୋଲି ସୋଆ କୁଳପତି ତାଙ୍କୁ ସ୍ମରଣ କରି କହିଛନ୍ତି।

ଏହି ଅବସରରେ ସୋଆ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ  ତଥା ଏଆଇସିଟିଇର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର  ଦାମୋଦର ଆଚାର୍ଯ୍ୟ ନେତାଜୀଙ୍କୁ ଜଣେ ନୀର୍ଭିକ ନେତା ବୋଲି ଅଭିହିତ କରିଥିଲେ। କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ସୋଆ ଏନଏସଏସ ର କାର୍ଯ୍ୟକ୍ରମ ସଂଯୋଜକ ଡକ୍ଟର ନଚିକେତା ଶର୍ମା ଆଗାମୀ ମାସରେ ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟର ପକ୍ଷରୁ ମିଳିତ ଭାବେ ଗାନ୍ଧୀ କଥା ଓ ସୁବାଷ କଥା ବକୃତ ମାଳାର ଆୟୋଜନ କରାଯିବ ଡକ୍ଟର ଶର୍ମା ସୂଚନା ଦେଇଥିଲେ। ସୋଆ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟ ପ୍ରଶାସନିକ ଅଧିକାରୀ ଶ୍ରୀ ପ୍ରମୋଦ ଚନ୍ଦ୍ର ପଣ୍ଡା, ଏନଏସଏସ ପ୍ରୋଗ୍ରାମ ଅଫିସରରସ ଏବଂ ସୋଆର ଅନ୍ୟାନ୍ୟ କର୍ମକର୍ତା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

   Related Posts