Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ପୂର୍ବ ଭାରତର ଏକମାତ୍ର ବିଶ୍ଵ ବିଦ୍ୟାଳୟ ଭାବେ ସୋଆକୁ କ୍ୟୁଏସ୍ ଆଇ-ଗଜ୍ ଡାଇମଣ୍ଡ ରେଟିଂ ସମ୍ମାନ

23/10/2020 at 6:26 PM

ଭୁବନେଶ୍ଵର ୨୩।୧୦: ଚଳିତ ବର୍ଷ ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ୍ ରାଙ୍କିଂ ଫ୍ରେମଓ୍ଵାର୍କ(ଏନଆଇଆରଏଫ) ରାଙ୍କିଂରେ ଦେଶର ୨୦ତମ ଶ୍ରେଷ୍ଠ ବିଶ୍ଵ ବିଦ୍ୟାଳୟ ଭାବେ ସ୍ଥାନ ପାଇଥିବା ଶିକ୍ଷା ଓ ଅନୁସନ୍ଧାନ(ଡିମ୍‌ଡ ଟୁ ବି ବିଶ୍ଵବିଦ୍ୟାଳୟ) ହାସଲ କରିଛି ଆଉ ଏକ ସଫଳତା। ପୂର୍ବ ଭାରତରେ ଏକମାତ୍ର ବିଶ୍ଵ ବିଦ୍ୟାଳୟ ଭାବେ କ୍ୟୁଏସ୍ ଆଇ-ଗଜ୍‌ ‘ଡାଇମଣ୍ଡ ରେଟିଂ’ ସମ୍ମାନ ମିଳିଛି ସୋଆକୁ।

ବିଭିନ୍ନ ପର୍ଯ୍ୟାୟରେ ସୋଆର ପାରଦର୍ଶିତାକୁ ଅନୁଶୀଳନ କରାଯିବ ସହ ସ୍ଵତନ୍ତ୍ର  ଭାବେ ତଥ୍ୟ ସଂଗ୍ରହ କରାଯାଇ ଏହି ରାଙ୍କିଙ୍ଗ ପ୍ରଦାନ କରାଯାଇଥିବା ସୂଚନା ଦେଇଛନ୍ତି କ୍ୟୁଏସ୍‌-ଗଜ୍‌ର ନିର୍ଦ୍ଦେଶକ ଶୁଭାୟୁ ନାୟକ।

ଶିକ୍ଷା ପ୍ରଦାନ ଓ ଗ୍ରହଣ, ନିଯୁକ୍ତି, ସୁବିଧା ସୁଯୋଗ, ସାମାଜିକ ଦାୟିତ୍ଵ, ଗବେଷଣା ଓ ମାନ୍ୟତା ଏଭଳି ୬ଟି ମାପଦଣ୍ଡରେ ଗୁରୁବାର ଦିନ ଏକ ଭର୍ଚୁଆଲ କାର୍ଯ୍ୟକ୍ରମରେ କ୍ୟୁଏସ୍‌ ଆଇ-ଗଜ୍‌ ପକ୍ଷରୁ ସୋଆକୁ ଏହି ‘ଡାଇମଣ୍ଡ ରେଟିଂ’ ପ୍ରଦାନ କରାଯାଇଛି।

କ୍ୟୁଏସ୍‌ ଆଇ-ଗଜ୍ ଏପରି ଏକ ରେଟିଙ୍ଗ  ବ୍ୟବସ୍ଥା ଯେଉଁଥିରେ  ଭାରତର ବିଶ୍ଵ ବିଦ୍ୟାଳୟ ଓ କଲେଜ ସ୍ତରରେ ବିଭିନ୍ନ ମାପଦଣ୍ଡକୁ ଆଧାର କରି ସମ୍ମାନ ପ୍ରଦାନ କରାଯାଇଥାଏ। ଏହା ଶିକ୍ଷାନୁଷ୍ଠାନ ଗୁଡିକର ପାରଦର୍ଶିତାକୁ  ବୃ୍ଦ୍ଧି କରାଇବା ସହ ଶିକ୍ଷା ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ କରିବାରେ ସାହାଯ୍ୟ କରିଥାଏ।

ପୂର୍ବରୁ କୋଭିଡ୍-୧୯ ମହାମାରୀ ପରିପ୍ରେକ୍ଷୀରେ ଇ-ଲର୍ଣ୍ଣିଂ ଏବଂ ଅନଲାଇନ୍‌ ଶିକ୍ଷାଦାନ କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ସୋଆକୁ ପୂର୍ବ ଭାରତରେ ଏକମାତ୍ର ବିଶ୍ଵବିଦ୍ୟାଳୟ ଭାବେ କ୍ୟୁଏସ୍‌ ଆଇଗଜର ଏକ ସ୍ଵତନ୍ତ୍ର ପୁରସ୍କାର ପ୍ରଦାନ ଉତ୍ସବରେ ଇ-ଲର୍ଣ୍ଣିଂ ଏକ୍ସିଲେନ୍ସ ଫର ଏକାଡେମିକ ଡିଜିଟାଇଜେସନ(ଇ-ଲିଡ) ସାର୍ଟିଫିକେଟ୍ ପ୍ରଦାନ କରାଯାଇଥିଲା।

   Related Posts