Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ସୋଆ ପ୍ରଫେସର ଲାଲା ବିହାରୀ ଶୁକ୍ଳା ଭିଡିଗୁଡ୍ ଇଣ୍ଟରନ୍ୟାସନାଲ୍ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ

14/09/2021 at 5:32 PM

ଭୁବନେଶ୍ବର ୧୪।୯: ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋଫୁଏଲ୍ ଆଣ୍ଡ ବାୟୋପ୍ରୋସେସିଙ୍ଗ୍ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳାଙ୍କୁ ଇଞ୍ଜିନିୟରିଂ, ବିଜ୍ଞାନ ଓ ଔଷଧ କ୍ଷେତ୍ର ନିମନ୍ତେ ଭିଡିଗୁଡ୍ ଇଂଟରନ୍ୟାସନାଲ୍ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି ।

ସବୁ କ୍ଷେତ୍ରରେ ଜୀବନକୁ ସରଳ କରିବା ନିମନ୍ତେ ନୂଆ ଗବେଷଣା ଦିଗରେ ଭିଡିଗୁଡ୍ କାର୍ଯ୍ୟ କରୁଛି । ଏହି ଅନୁଷ୍ଠାନ ପକ୍ଷରୁ ବିଶିଷ୍ଟ ବୈଜ୍ଞାନିକ ଆୱାର୍ଡ ପ୍ରଫେସର ଶୁକ୍ଳାଙ୍କୁ ପ୍ରଦାନ କରାଯାଇଛି ।

ଉତ୍କୃଷ୍ଟ ଶିକ୍ଷାଦାନ କ୍ଷେତ୍ରରେ ତାଙ୍କର ଅବିରତ କାର୍ଯ୍ୟଧାରାର ଅବଦାନକୁ ନେଇ ପ୍ରଫେସର ଶୁକ୍ଳାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ମାନପତ୍ରରେ ଉଲ୍ଲେଖ କରାଯାଇଛି ।

ଗତବର୍ଷ ୟୁଏସ୍ଏର ଷ୍ଟାନଫୋର୍ଡ ୟୁନିଭର୍ସିଟି ଦ୍ବାରା ପ୍ରସ୍ତୁତ ବିଶ୍ବର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ପ୍ରଫେସର ଶୁକ୍ଳାଙ୍କ ନାମ ସ୍ଥାନୀତ ହୋଇଥିବା ବେଳେ ଆନ୍ତର୍ଜାତିକ ସ୍ତରରେ ତାଙ୍କର ଅବଦାନକୁ ନେଇ ନିକଟରେ ତାଙ୍କୁ ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ମଧ୍ୟ ସମ୍ମାନିତ କରାଯାଇଛି ।

୧୯୭୧ ମସିହାରେ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ରାଉରକେଲା (ପୂର୍ବରୁ ରିଜିଓନାଲ୍ ଇଞ୍ଜିନିୟରିଂ କଲେଜ)ରୁ ବିଏସସି (ଇଞ୍ଜିନିୟରିଂ) ମେଟାଲର୍ଜି ଏବଂ ୧୯୭୩ ମସିହାରେ ଏମଟେକ୍ ମେଟାଲର୍ଜି ହାସଲ କରିଥିବା ପ୍ରଫେସର ଶୁକ୍ଳା ହାଇଡ୍ରୋମେଟାଲର୍ଜି, ବାୟୋହାଇଡ୍ରୋମେଟାଲର୍ଜି, ୱେଷ୍ଟ ମ୍ୟାନେଜମେଣ୍ଟ, ଏନଭାଇରନମେଣ୍ଟାଲ ମାଇନିଂ ମ୍ୟାନେଜମେଣ୍ଟ ଆଣ୍ଡ ରି-ସାଇକ୍ଲିଂ କ୍ଷେତ୍ରରେ ଅନେକ କାର୍ଯ୍ୟ କରିଛନ୍ତି । ଶିକ୍ଷାଦାନ ଓ ଗବେଷଣା କ୍ଷେତ୍ରରେ ତାଙ୍କର ଅବଦାନକୁ ନେଇ ସେ ଅନେକ ସମ୍ମାନ ଗ୍ରହଣ କରିଛନ୍ତି ।

ପ୍ରଫେସର ଶୁକ୍ଳାଙ୍କର ୪୫ ବର୍ଷର ଗବେଷଣା ଅଭିଜ୍ଞତା ରହିଥିବା ବେଳେ ସେ ପୂର୍ବରୁ ଭୁବନେଶ୍ବର ସ୍ଥିତ ସିଏସ୍ଆଇଆର୍ – ଇନଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜିର ବାୟୋ ରିସୋର୍ସେସ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ଭାବେ ଦାୟିତ୍ବ ତୁଲାଇଛନ୍ତି । ସେ ସିଏସ୍ଆଇଆରର ଏମେରିଟସ ସାଇଣ୍ଟିଷ୍ଟ ଏବଂ ନୂଆଦିଲ୍ଲୀ ସ୍ଥିତ ଏକାଡେମୀ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ ଇନୋଭେଟିଭ୍ ରିସର୍ଚ୍ଚ (ଏସିଏସ୍ଆଇଆର)ର ଏମେରିଟସ ପ୍ରଫେସର ଭାବେ କାର୍ଯ୍ୟ ତୁଲାଇଛନ୍ତି ।

   Related Posts