Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ତାଳଚେରରେ କାର୍ଯ୍ୟକ୍ଷମ ହେଲା ‘ସୋଆ’ର ୧୫୬ ଶଯ୍ୟା ବିଶିଷ୍ଟ ତୃତୀୟ କୋଭିଡ୍ ହସ୍ପିଟାଲ

20/04/2020 at 6:01 PM

ଭୁବନେଶ୍ୱର୨୦/୪: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଓ ସମ୍ ହସ୍ପିଟାଲର ସହଯୋଗରେ ତୃତୀୟ ସମ୍ କୋଭିଡ୍ ହସ୍ପିଟାଲ ଅନୁଗୁଳ ଜିଲ୍ଲା ତାଳଚେରଠାରେ ସୋମବାର କାର୍ଯ୍ୟକ୍ଷମ ହୋଇଛି। କୋଭିଡ୍-୧୯ ପଜିଟିଭ୍‌ଙ୍କ ଚିକିତ୍ସା ପାଇଁ ସମ୍ ହସ୍ପିଟାଲକୁ କରିଛି ମହାନଦୀ କୋଲ୍‌ ଫିଲ୍ଡ ଲିମିଟେଡ଼। ତାଳଚେରସ୍ଥିତ ଏମ୍‌ସିଏଲ୍ ହସ୍ପିଟାଲ ପରିସରରେ ସମ୍ କୋଭିଡ ହସ୍ପିଟାଲ ନିର୍ମାଣ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ୧୫୬ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟିନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ, କେନ୍ଦ୍ର ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଏବଂ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନବକିଶୋର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ହସ୍ପିଟାଲ ଉଦଘାଟନ୍ ପୂର୍ବରୁ ସୋମବାର ସକାଳେ ସମ୍ ହସ୍ପିଟାଲ, ଏମ୍‌ସିଏଲ୍ ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ୧୫୬ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣ ନେଇ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ ହୋଇଥିଲା। ସମ୍ ହସ୍ପିଟାଲ ମେଡିକାଲର ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଅନୁଗୁଳ ଜିଲ୍ଲାପାଳ ମନୋଜ କୁମାର ମହାନ୍ତି ଓ ଏମସିଏଲ ତାଳଚେରର ଜେନେରାଲ ମ୍ୟାନେଜର ଏନ. ଜି. ବ୍ରହ୍ମପୁରକର ଏହି ଚୁକ୍ତିନାମା ସ୍ଵାକ୍ଷରିତ କରିଥିଲେ। ୧୫୬ ଶଯ୍ୟା ବିଶିଷ୍ଟ ଏହି କୋଭିଡ ହସ୍ପିଟାଲ ନିମନ୍ତେ ଏମସିଏଲ ଆର୍ଥିକ ସହାୟତା କରୁଥିବା ବେଳେ ଡାକ୍ତର, ନର୍ସ, ଏବଂ ଅନ୍ୟାନ୍ୟ ସମସ୍ତ ଆନୁସଙ୍ଗିକ ଡାକ୍ତରୀ ବ୍ୟବସ୍ଥା ସମ୍ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ଚୁକ୍ତିରେ ଉଲ୍ଲେଖ ରହିଥିଲା।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ, ସାରା ଦେଶରେ ୬୮୨ଟି କୋଭିଡ ହସ୍ପିଟାଲ ସ୍ଥାପନ ହୋଇ ସାରିଥିବ ବେଳେ ଓଡିଶା ଏ ଦିଗରେ ଅଗ୍ରଣୀ ଭୂମିକା ନେଇଛି। ତେବେ ଆଗାମୀ ୬ ମାସ ପର୍ଯ୍ୟନ୍ତ କୌଣସି ଏହି ହସ୍ପିଟାଲ ଗଡିକୁ କେହି କରୋନା ରୋଗୀ ନ ଆସନ୍ତୁ ବୋଲି ଶ୍ରୀ ଧର୍ମେନ୍ଦ୍ର କହିଛନ୍ତି। ଏହି ଅବସରରେ ମୁଖ୍ୟଶାସନ ସଚିବ ଅସିତ କୁମାର ତ୍ରିପାଠୀ, ୫-ଟି ସଚିବ ଭି.କେ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ କୁମାର ମହାପାତ୍ର ଓ କୋଭିଡ-୧୯ ର ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ ପ୍ରମୁଖ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ସମ୍ ହସ୍ପିଟାଲର ବରିଷ୍ଠ ଡାକ୍ତର ଈଶ୍ୱର ବେହେରା ଏବଂ ଡାକ୍ତର ବସନ୍ତ କୁମାର ପତି ପ୍ରମୁଖ ତାଳଚେରରେ ଉପସ୍ଥିତ ଥିଲେ। ଏପ୍ରିଲ ୬ ତାରିଖରେ ୫୨୫ ଶଯ୍ୟା ବିଶିଷ୍ଟ ଓଡିଶାର ବୃହତମ କୋଭିଡ ହସ୍ପିଟାଲ ସୋଆ ପକ୍ଷରୁ କ୍ୟାମ୍ପସ -୨ ରେ ଆରମ୍ଭ ହୋଇଥିବା ବେଳେ ନିକଟରେ କେନ୍ଦ୍ରାପଡ଼ାର ଛତା ଠାରେ ସମ ପକ୍ଷରୁ ୧୧୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଆରମ୍ଭ ହୋଇଛି।

   Related Posts