Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ବେସାହାରାଙ୍କୁ ସାହା ହେଲା ସୋଆ, ବିଭିନ୍ନ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ

18/04/2020 at 11:55 AM

ଭୁବନେଶ୍ୱର ୧୮।୦୪ : କରୋନା ମହାମାରୀରେ କବଳିତ ବିଭିନ୍ନ ବସ୍ତିର ଗରିବ ବେସାହାରା ଲୋକଙ୍କୁ ସହଯୋଗ ଓ ସହାୟତା ଯୋଗାଇଛି ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ । ଲକଡାଉନ ଯୋଗୁଁ ବସ୍ତିରେ ରହୁଥିବା ଗରିବ, ଦିନ ମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ରୋଜଗାର ବନ୍ଦ ହୋଇଯାଇଛି ।

ଏଭଳି ଅସମୟରେ ସେମାନଙ୍କୁ ସହାୟତା କରିବାକୁ ଆଗେଇ ଆସିଛି ସୋଆର ଜାଗୋ ଏବଂ ଏନଏସଏସ ଶାଖା । ସ୍ବେଚ୍ଛାସେବୀ ମାନେ ବିଭିନ୍ନ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରିଛନ୍ତି । ଖଣ୍ଡଗିରି ଓ ଘଟିକିଆ ଅଂଚଳ ଅନ୍ତର୍ଗତ ୱାର୍ଡ ନମ୍ବର ୨୨ର ହନୁମନ୍ତ ପ୍ରସାଦ ଓ ମା ତାରିଣୀ ବସ୍ତି, ୱାର୍ଡ ନମ୍ବର ୨୩ର ଚାଳସାହି, ଉଦୟଗିରି ବସଷ୍ଟାଣ୍ଡ, ଶାରଦାପଲି ବସ୍ତି, ଦୁର୍ଗାମାଧବ ବସ୍ତି ଓ ଶଙ୍କରେଶ୍ୱର ବସ୍ତି ଏବଂ ୱାର୍ଡ ନମ୍ବର ୪୯ର ଫୁଲେଶ୍ଵରୀ ଓ ଆଇଗିଣିଆ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି ।

ସୋଆ ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଛାତ୍ରମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବରିଷ୍ଠ ଅଧିକାରୀ ଶ୍ରୀ ସୁଧାଂଶୁ ପଟ୍ଟନାୟକ ଓ ଏନଏସଏସ କୋଅରଡିନେଟର ଡକ୍ଟର ନଚିକେତା ଶର୍ମା ପ୍ରମୁଖ ଏହି ବଣ୍ଟନ କାର୍ଯ୍ୟ ପରିଚାଳନା କରିଥିଲେ । ଏହି ବଣ୍ଟନ କାର୍ଯ୍ୟରେ ୨୨ ନମ୍ବର ୱାର୍ଡର କର୍ପୋରେଟର ଶ୍ରୀ ହରେକୃଷ୍ଣ ନାୟକ, ୨୩ ନମ୍ବର ୱାର୍ଡର କର୍ପୋରେଟର ଶ୍ରୀ ଦିଲୀପ ମାଝୀ ଓ ୪୯ ନମ୍ବର ୱାର୍ଡର କର୍ପୋରେଟର ଶ୍ରୀ ଅଶ୍ୱିନୀ ସୁନ୍ଦରରାଏ ପ୍ରମୁଖ ସହଯୋଗ କରିଥିଲେ ।

   Related Posts