Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଖୋର୍ଦ୍ଧା ଜିଲ୍ଲାରୁ ୮ କରୋନା ପଜିଟିଭ୍ ଚିହ୍ନଟ, ନବୀନାବାଗର କିଛି ଅଞ୍ଚଳ ୭୨ଘଣ୍ଟା କଣ୍ଟେନମେଣ୍ଟ ଜୋନ୍ ଘୋଷଣା

10/06/2020 at 2:54 PM

ଖୋର୍ଦ୍ଧା ୧୦।୬: ରାଜ୍ୟରେ କରୋନା ଭାଇରସ୍ ତାର କାୟା ବିସ୍ତାର କରି ଚାଲିଛି । ପ୍ରବାସୀ ଫେରନ୍ତାଙ୍କୁ ନେଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ବୁଧବାର ଖୋର୍ଦ୍ଧା ଉପଖଣ୍ଡରେ ୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ବାଲୁଗାଁରୁ ୫, ଟାଙ୍ଗୀ ଓ ବାଲିପାଟଣା ବ୍ଲକରୁ ଜଣେ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଖୋର୍ଦ୍ଧା ପୌରାଞ୍ଚଳର ନବୀନାବାଗ ଅଞ୍ଚଳରୁ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ସାମାଜିକ ସଂକ୍ରମଣକୁ ରୋକିବା ନେଇ ଖୋର୍ଦ୍ଧା ଜିଲ୍ଲାପାଳ ନବୀନାବାଗ କରୋନା ଆକ୍ରାନ୍ତଙ୍କ ଘର ନିକଟବର୍ତ୍ତୀ ଅଞ୍ଚଳକୁ ୭୨ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛନ୍ତି । ସମସ୍ତ ଆକ୍ରାନ୍ତଙ୍କୁ ଭୁବନେଶ୍ବର ସ୍ଥିତ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

   Related Posts