ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ପୁଅ ମୃତ, ବାପା ଗୁରୁତର

Published By : Prameya-News7 Bureau | April 19, 2019 IST

ଢେଙ୍କାନାଳ ୧୯|୪: ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଗେଙ୍ଗୁଟିଆରେ ଏକ ଅଭାବନୀୟ ଘଟଣା ଘଟିଛି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପୁଅର ମୃତ୍ୟୁ ହୋଇଥିବାବେଳେ ବାପା ଗୁରୁତର ହୋଇଛନ୍ତି । ଘର ଛପର କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ ଉଭୟ ବାପା ଓ ପୁଅ ।

{"id":104829}

ତେବେ ଉଭୟଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ପୁଅ ଜିତେନ୍ଦ୍ର ନାୟକଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ବାପା ଯୋଗୀନାଥ ନାୟକ ଚିକିତ୍ସିତ ହେଉଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.