ପୁଅର ଠେଙ୍ଗା ମାଡରେ ବାପାଙ୍କ ମୃତ୍ୟୁ

Published By : Prameya-News7 Bureau | January 12, 2020 IST

ମୁନିଗୁଡା ୧୨।୧: ପୁଅର ଠେଙ୍ଗା ମାଡରେ ବାପାଙ୍କ ମୃତ୍ୟୁ ହୋଇଛି । ରାୟଗଡା ଜିଲ୍ଲା ଚନ୍ଦ୍ରପୁର ଥାନା ଉହାପୁଚି ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ । ଅଭିଯୁକ୍ତ ପୁଅ ଗିରଫ ।

{"id":210054,"sizeSlug":"large"}

ସୂଚନାଯୋଗ୍ୟ ଯେ, ପାରିବାରିକ କଳହରୁ ଲଙ୍ଗେସା ହିକବାଡିକା ଓ ତାଙ୍କ ପୁଅ ବଦ ହିକବାଡିକାଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ପୁଅ ବଦ ଠେଙ୍ଗାରେ ତାଙ୍କ ମୁଣ୍ଡକୁ ପିଟିଦେଇଥିଲେ । ଫଳରେ ଘଟଣାସ୍ଥଳରେ ହିଁ ଲଙ୍ଗେସାଙ୍କର ମୃତ୍ୟୁ ହୋଇଥିଲା । ଘଟଣାରେ ଅଭିଯୁକ୍ତ ପୁଅକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.