ଆଗ ପଛ ହୋଇ ଚାଲିଗଲେ ବାପା-ପୁଅ : ବାପାଙ୍କ ଅନ୍ତିମ ସଂସ୍କାର ସାରି ଫେରୁଥିବା ବେଳେ ଅଧାବାଟରେ ଚାଲିଗଲା ପୁଅର ଜୀବନ

Published By : Prameya-News7 Bureau | March 06, 2021 IST

ବୌଦ୍ଧ ୬।୩: ପୁରୀ ସ୍ବର୍ଗଦ୍ବାରରେ ବାପାଙ୍କ ଅନ୍ତିମ ସଂସ୍କାର ସାରି ଫେରୁଥିବା ବେଳେ ଚାଲିଗଲା ପୁଅର ଜୀବନ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା କରଡ଼ାକୋଠା ନିକଟରେ । ରାସ୍ତାରେ ଠିଆ ହୋଇଥିବା ଏକ ଜେସିବି ବୋଝେଇ ଟ୍ରକକୁ ଧକ୍କା ଦେଲା କାର୍ । ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣପୁର ତରଭା ଅଞ୍ଚଳର ଅରୁଣ ମେହେର ପୁରୀ ସ୍ବର୍ଗଦ୍ବାରରେ ନିଜ ବାପାଙ୍କ ଅନ୍ତିମ ସଂସ୍କାର ସାରି ଘରକୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଛି । ରାସ୍ତାରେ ଠିଆ ହୋଇଥିବା ଏକ ଜେସିବି ବୋଝେଇ ଟ୍ରକକୁ ଧକ୍କା ଦେଲା କାର୍ । ଫଳରେ ଘଟଣାସ୍ଥଳରେ ଅରୁଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ସମ୍ପର୍କୀୟ ଗୁରୁତର ହୋଇଛନ୍ତି । ଖବର ପାଇ ହରଭଙ୍ଗା ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ପୁରୁଣାକଟକ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପୁରୁଣାକଟକ ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.