Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ

8/03/2021 at 7:25 PM

ଭୁବନେଶ୍ଵର ୦୮।୦୨: ଏକ ଅପ୍ରତ୍ୟାଶିତ ଘଟଣାକ୍ରମେ ସୋମବାର କଟକ-ଭୁବନେଶ୍ଵର ପୋଲିସ କମିଶନଙ୍କ ବଦଳି ହୋଇଛି। ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ନୂଆ ପୋଲିସ କମିଶନର। ୧୯୯୫ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍ ହେଉଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ। ସେ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଅଛନ୍ତି। ପ୍ରିୟଦର୍ଶୀ ବର୍ତ୍ତମାନ ଟ୍ଵିନ୍ ସିଟିର କମିଶନର ସୁଧାଂଶୁ ଷଡଙ୍ଗୀଙ୍କ ସ୍ଥାନ ନେବେ। ସୁଧାଂଶୁ ଷଡଙ୍ଗୀଙ୍କୁ ଓଡିଶା ପୋଲିସ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ସରକାର ଆଜି ଏକ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତିକ୍ରମେ ବରିଷ୍ଠ ଆଇପିଏ ସ୍ତରରେ ଅଦଳ ବଦଳ କରିଛନ୍ତି। ଏମ. ଅକ୍ଷୟଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ନିଯୁକ୍ତି ମିଳିଛି। ଏମ ଅକ୍ଷୟ ହେଉଛନ୍ତି ୧୯୮୮ ବ୍ୟାଚ୍‌ର ଆଇପିଏସ ଅଫିସର। ଅନ୍ୟପଟେ ବର୍ତ୍ତମାନ କଟକ-ଭୁବନେଶ୍ଵର  ପୋଲିସ କମିଶନର ରହିଥିବା ସୁଧାଂଶୁ ଷଡଙ୍ଗୀଙ୍କୁ ପୋଲିସ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ପୋଲିସ କମିଶନର ହେବା ପୂର୍ବରୁ ସେ ପୋଲିସ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ  ଥିଲେ। ଅର୍ଥାତ ସେ ତାଙ୍କର ପୂର୍ବ ପଦକୁ ଫେରିଛନ୍ତି।

   Related Posts