Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର : ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ହବିଷ୍ୟାଳୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

2/11/2020 at 9:06 AM

ପୁରୀ ୦୨।୧୧: ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଶ୍ରୀକ୍ଷେତ୍ର । ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଶ୍ରଦ୍ଧାଳୁଙ୍କ ଭିଡଜମିଛି । ପ୍ରତିବର୍ଷ ଶ୍ରୀକ୍ଷେତ୍ରରେ ହବିଷ୍ୟାଳୀଙ୍କ ଅସମ୍ଭବ ଭିଡ଼ ହେଉଥିବା ବେଳେ ଚଳିତ ବର୍ଷ କରୋନା ମହାମାରୀ ଯୋଗୁଁ ଭିଡ଼ କମିଛି । ଏକ ଓଳି ହବିଷ କିମ୍ୱା ମହାପ୍ରସାଦ ଖାଇ ଏକ ମାସ ବ୍ରତ ପାଳନ କରୁଛନ୍ତି ହବିଷ୍ୟାଳୀ ।

ହବିଷ୍ୟାଳୀମାନେ ଯେଭଳି ସୁବିଧାରେ ଅବଢ଼ା ପାଇ ପାରିବେ ସେ ନେଇ ଶ୍ରୀମନ୍ଦିର ଉତ୍ତର ଓ ଦକ୍ଷିଣ ଦ୍ୱାରରେ ମହାପ୍ରସାଦ ମିଳିବା ପାଇଁ ବ୍ୟବସ୍ଥା ହୋଇଛି ।   ବ୍ରତଧାରୀଙ୍କ ହରିବୋଲ, ହୁଳହୁଳିରେ କମ୍ପିଥିଲା ସିଂହଦ୍ବାର ସମ୍ମୁଖ ଅଞ୍ଚଳ । ବ୍ୟାରିକେଡ଼ ବାହରୁ ପତିତପାବନଙ୍କ ଦର୍ଶନ କରି ଶ୍ରୀମନ୍ଦିର ବେଢ଼ା ପରିକ୍ରମା କରିଥିଲେ ହବିଷ୍ୟାଳୀ । କରୋନା କଟକଣା ଯୋଗୁଁ ଏବର୍ଷ ହବିଷ୍ୟାଳୀଙ୍କ ଏତେଟା ଗହଳି ନଥିଲା । ଜଗା ଦର୍ଶନ କରିନପାରିବା ଶ୍ରଦ୍ଧାଳୁଙ୍କୁ ବ୍ୟଥିତ କରିଛି । ହବିଷ୍ୟାଳୀ ଯେଭଳି ସୁବିଧାରେ ଅବଢ଼ା ପାଇ ପାରିବେ ସେ ନେଇ ଶ୍ରୀମନ୍ଦିର ଉତ୍ତର ଓ ଦକ୍ଷିଣ ଦ୍ବାରରେ ବ୍ୟବସ୍ଥା ହୋଇଛି ।

   Related Posts