Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଅସନ୍ତୁଷ୍ଟ ପରୀକ୍ଷାର୍ଥୀଙ୍କ ଲାଗି ସ୍ପେଶାଲ ଏକଜାମ୍: ଓଡିଆ ସହ ଇଲେକ୍ଟିଭ ପେପର ଦେବେ ଛାତ୍ରଛାତ୍ରୀ

1/10/2021 at 9:06 AM

ଭୁବନେଶ୍ୱର ୧୦/୦୯: ଯୁକ୍ତ ଦୁଇ ଅସନ୍ତୁଷ୍ଟଙ୍କ ଲାଗି ଆରମ୍ଭ ହେଉଛି ସ୍ପେଶାଲ ଏକଜାମ । ଏମ୍ଆଇଏଲ୍ ଏବଂ ଓଡିଆ ସହ ଇଲେକ୍ଟିଭ ପେପରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ଏଥିପାଇଁ କୋଭିଡ୍ ପ୍ରୋଟୋକଲ୍ ଅନୁପାଳନ ଉପରେ ଗୁରୁତ୍ୱ ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଅନ୍ୟପଟେ ରେଜଲ୍ଟ ପ୍ରକାଶ ପାଇବା ପରେ ଏହି ପିଲାଙ୍କ ପାଇଁ ପୁଣିଥରେ ଆରମ୍ଭ ହେବ ନାମଲେଖା ପ୍ରକ୍ରିୟା ।

ଯୁକ୍ତ ଦୁଇ ସ୍ୱତନ୍ତ୍ର ପରୀକ୍ଷା ଲାଗି ଶେଷ ହୋଇଛି ସମସ୍ତ ପ୍ରସ୍ତୁତି । କୋଭିଡ୍ କଟକଣା ଭିତରେ ପରୀକ୍ଷା ଲାଗି ପରୀକ୍ଷା ହଲକୁ କରାଯାଇଛି ବିଶୋଧନ । ସିଟିଂ ଆରେଞ୍ଜମେଣ୍ଟ ବି ହୋଇଛି ।୧୧ ତାରିଖ ଯାଏ ଅନୁଷ୍ଠିତ ହେବ ଯୁକ୍ତ ଦୁଇ ସ୍ୱତନ୍ତ୍ର ପରୀକ୍ଷା । ରବିବାର ବି ପରୀକ୍ଷା ହେବ । ସକାଳ ୧୦ରୁ ଦିନ ଗୋଟାଏ ଯାଏ କେବଳ ଗୋଟିଏ ସିଟିଂରେ ହେବ ।

ପରୀକ୍ଷା କରୋନା ପାଇଁ ବିନା ପରୀକ୍ଷାରେ ବିକଳ୍ପ ମୂଲ୍ୟାୟନରେ ଛାତ୍ରଛାତ୍ରୀଙ୍କୁ ମାର୍କ ମିଳିଛି। ତେବେ ଯେଉଁମାନେ ଏଥିରେ ଅସନ୍ତୁଷ୍ଟ ସେମାନଙ୍କ ଲାଗି ପରୀକ୍ଷା କରୁଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ଓ ପତ୍ର ବିନିମୟ କୋର୍ସରେ ମୋଟ ୧୩ ହଜାର ୪୩ ଜଣ ପିଲା ପରୀକ୍ଷା ଦେବେ। ସାରା ରାଜ୍ୟରେ ସିଏଚ୍ଏସ୍ଇ ଥିବା ୨୦୩ଟି ପରୀକ୍ଷା ହବ୍ ମଧ୍ୟରୁ ୧୮୫ଟି ହବକୁ ପରୀକ୍ଷା କେନ୍ଦ୍ର କରାଯାଇଛି । ଗଞ୍ଜାମରେ ସର୍ବାଧିକ ୧୪ଟି ପରୀକ୍ଷା କେନ୍ଦ୍ର ହୋଇଛି।

   Related Posts