Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା : ଜଗମୋହନ କିମ୍ବା ନାଟମଣ୍ଡପକୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା, ଟାହିଆ ଛୁଇଁଲେ ହେବ କାର୍ଯ୍ୟାନୁଷ୍ଠାନ

4/07/2019 at 8:37 AM

ପୁରୀ ୪|୭: ଆଜି ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଆଲୋକମାଳାରେ ଝଲସି ଉଠୁଛି ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡ । ଲକ୍ଷାଧିକ ଭକ୍ତଙ୍କ ସମାଗମରେ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିଛି। ବଡ଼ଦାଣ୍ଡ ଭକ୍ତିରେ ପରିପୂର୍ଣ୍ଣ ହୋଇଯାଇଛି। ଜଗତର ବଡ଼ ଠାକୁର ଶ୍ରୀଜଗନ୍ନାଥ ନିଜର ବଡ଼ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ଶ୍ରୀମନ୍ଦିରରୁ ୯ ଦିବସୀୟ ଯାତ୍ରାରେ ବାହାରିବେ। ବଡ଼ଦାଣ୍ଡରେ ଚତୁର୍ଦ୍ଧା ମୂରତିଙ୍କୁ ଦର୍ଶନ କରିବା ପାଇଁ ଦେଶ ବିଦେଶରୁ ଭକ୍ତ ଓ ଶ୍ରଦ୍ଧାଳୁ ଛୁଟି ଆସିଛନ୍ତି ।

ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଦଇତାପତି ନିଯୋଗ ସଭାପତି, ସଂପାଦକ, ୪ ବାଡ଼ଗ୍ରାହୀ ଓ ପ୍ରଶାସନ ଉପରେ ଦାୟିତ୍ବ ନ୍ୟସ୍ତ କରାଯାଇଛି । ଶ୍ରଦ୍ଧାଳୁ କିମ୍ବା ଅନଧିକୃତ ବ୍ୟକ୍ତି ଶ୍ରୀମନ୍ଦିର ଜଗମୋହନ କିମ୍ବା ନାଟମଣ୍ଡପକୁ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି ।  ଅନଧିକୃତ ବ୍ୟକ୍ତିମାନେ ରଥରେ ଚଢ଼ି ପାରିବେନି କି ଶ୍ରୀବିଗ୍ରହଙ୍କୁ ଛୁଇଁ ପାରିବେ ନାହିଁ । ପହଣ୍ଡି ସମୟରେ ଜଗମୋହନ କିମ୍ବା ନାଟମଣ୍ଡପରେ କୌଣସି ଭିଆଇପି, ଭିଭିଆଇପି ରହିବା ଉପରେ କଟକଣା ଜାରି କରାଯାଇଛି । ସାତପାହାଚ ନିକଟରେ ଶ୍ରୀଜିଉଙ୍କ ମସ୍ତକରେ ଟାହିଆ ବନ୍ଧାଯିବ। ଶ୍ରଦ୍ଧାଳୁ କିମ୍ବା ସେବାୟତ ଶ୍ରୀବିଗ୍ରହଙ୍କ ମସ୍ତକରେ ଲାଗିଥିବା ଟାହିଆ ଟାଣି ପାରିବେ ନାହିଁ । ଶ୍ରୀଜିଉଙ୍କ ପହଣ୍ଡି ବିଜେ ଓ ରଥାରୁଢ଼ ଚତୁର୍ଦ୍ଧା ମୂର୍ତିଙ୍କୁ ଦର୍ଶନ କରିପାରିବେ । ଦର୍ଶନ ସମୟରେ ଶ୍ରୀଜିଉଙ୍କ ସମ୍ମୁଖରେ ସେବାୟତଙ୍କ ଛିଡ଼ା ହେବା ଉପରେ କଟକଣା ଜାରି କରାଯାଇଛି । ଶ୍ରୀଜିଉମାନେ ରଥାରୁଢ଼ ହେବା ପରେ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ଓ ତାଙ୍କ ୬ ଶିଷ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବେ ।

   Related Posts