Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବ୍ରହ୍ମପୁର ଗସ୍ତରେ କ୍ରୀଡା ବିଭାଗ ସ୍ବତନ୍ତ୍ର ସଚିବ ଆର୍. ଭିନୀଲ କ୍ରିଷ୍ଣା, ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା

26/06/2021 at 2:30 PM

ବ୍ରହ୍ମପୁର ୨୬।୬: ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗର ସ୍ବତନ୍ତ୍ର ସଚିବ ଆର୍‌. ଭିନୀଲ କ୍ରିଷ୍ଣା ଶନିବାର ବ୍ରହ୍ମପୁର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି ।  ସେ ପ୍ରଥମେ ବ୍ରହ୍ମପୁର ଷ୍ଟାଡିୟମରେ ପହଞ୍ଚି ଷ୍ଟାଡିୟମର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା କରିଥିଲେ ।  ନିର୍ମାଣାଧୀନ କ୍ରୀଡ଼ା ଛାତ୍ରାବାସ, ପଡ଼ିଆ, ସୁଇମିଂ ପୁଲ ଏବଂ ଅନ୍ୟାନ୍ୟ କାର୍ଯ୍ୟର ଅଗ୍ରଗତି ସଂପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।  ତୁରନ୍ତ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ।  ପ୍ରାୟ ୩୭ କୋଟି ଟଙ୍କା ବ୍ୟୟରେ ବ୍ରହ୍ମପୁର ଷ୍ଟାଡିୟମର ଉନ୍ନତିକରଣ ଚାଲିଛି ।

ବ୍ରହ୍ମପୁର ସହରର କ୍ରୀଡାର ବିକାଶ ଦିଗରେ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେଇଛନ୍ତି । ବ୍ରହ୍ମପୁର ଷ୍ଟାଡିୟମ ସହ ବୈକୁଣ୍ଠ ନଗର ସ୍ପୋର୍ଟସ୍ ଏରିନା ମଧ୍ୟ ଗସ୍ତ କରି ନିର୍ମାଣ କାର୍ଯ୍ୟର ତଦାରଖ କରିଥିଲେ ।  ବୈକୁଣ୍ଠନଗରଠାରେ ନିର୍ମାଣାଧୀନ ସ୍ପୋର୍ଟ୍ସ ଏରିନା ବ୍ରହ୍ମପୁର ମହାନଗର ନିଗମ ତରଫରୁ ୧ କୋଟି ୮୦ ଲକ୍ଷ ଟଙ୍କାରେ  ନିର୍ମାଣ ଚାଲିଛି ।  ଜୁଲାଇ ମାସ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ସ୍ବତନ୍ତ୍ର କ୍ରୀଡ଼ା ସଚିବ ଭିନୀଲ କ୍ରିଷ୍ଣା ନିର୍ଦ୍ଦେଶ ଦେଇଛନ୍ତି । ପରିଦର୍ଶନ ସମୟରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଉପଜିଲାପାଳ ୱି.କିର୍ତ୍ତି ଭାସନ, ବ୍ରହ୍ମପୁର ମହାନଗର ନିଗମ ଆୟୁକ୍ତ ସିଦ୍ଧେଶ୍ବର ବଳିରାମ ବୋନ୍ଦର, ଷ୍ଟାଡିୟମ ଇନଚାର୍ଜ କାଜଲ ସାହୁଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

   Related Posts