Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

କମିବ କି ବସ୍ତାନୀ ବୋଝ ? ଏଣିକି ସ୍କୁଲ ବ୍ୟାଗ୍ ଓଜନ ପରଖିବ ସ୍ପେଶାଲ ସ୍କ୍ବାଡ୍

2/08/2019 at 12:58 PM

ଭୁବନେଶ୍ବର ୨|୮: ଚଳିତ ଶିକ୍ଷାବର୍ଷରୁ ସ୍କୁଲ ବ୍ୟାଗ୍ ଓଜନ ନିୟମକୁ କଡ଼ାକଡ଼ି କରାଯାଇଛି । ସ୍କୁଲ ବ୍ୟାଗ୍ ଓଜନ ଯାଞ୍ଚ ଲାଗି ଜିଲ୍ଲାସ୍ତରରେ ସ୍କ୍ବାଡ୍  ଗଠନ କରାଯିବ ।  ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ପ୍ରକଳ୍ପ ସଂଯୋଜକ, ଏହାର ଅଧ୍ୟକ୍ଷ ରହିବେ । ବ୍ଲକ ଶିକ୍ଷା ଅଧିକାରୀ, ଡିସିପିଓ, ଥାନା ଅଧିକାରୀ, ସ୍ବେଚ୍ଛାସେବୀ ସଙ୍ଗଠନ ଓ ଜିଲ୍ଲାପାଳଙ୍କ ଦ୍ବାରା ଚୟନ ହୋଇଥିବା ଅଧିକାରୀମାନେ ଏହି ସ୍କ୍ବାଡ୍ ର ସଦସ୍ୟ ରହିବେ। ଏହି ସ୍କ୍ବାଡ୍ ବିଭିନ୍ନ ସମୟରେ ସରକାରୀ ଓ ଘରୋଇ ସ୍କୁଲଗୁଡ଼ିକୁ ଗସ୍ତ କରି ଛାତ୍ରଛାତ୍ରୀଙ୍କ ସ୍କୁଲ ବ୍ୟାଗ୍ ର ଯାଞ୍ଚ କରିବେ। ସିବିଏସଇ ଓ ଆଇସିଏସଇ ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକୁ ବି ଅଚାନକ ଚଢ଼ଉ କରିପାରିବେ।

ସ୍କୁଲ ବ୍ୟାଗ୍ ଓଜନ ନିୟମ ପାଳନ କରିବାକୁ ଗତ ମାର୍ଚ୍ଚ ମାସରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଥିଲା । ତେବେ ଅଧିକାଂଶ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିୟମକୁ ପାଳନ କରୁ ନାହାନ୍ତି। ତେଣୁ ଏବେ ପୁଣିଥରେ କଡ଼ା ଭାଷାରେ ପ୍ରାଥମିକ ଓ ମାଧ୍ୟମିକ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକଙ୍କ ନିକଟକୁ ଚିଠି ଲେଖିଛି ଶିକ୍ଷା ବିଭାଗ। ସେପ୍ଟେମ୍ବର ୩୦ ସୁଦ୍ଧା ସମ୍ପୂର୍ଣ୍ଣ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି ।

   Related Posts