Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ଦୁଇ ଦିନ ପ୍ରବଳ ବର୍ଷିଛି, ବଡ ବନ୍ୟାର ଆଶଙ୍କା ନାହିଁ : SRC

14/10/2020 at 12:17 PM

ଭୁବନେଶ୍ବର ୧୪।୧୦: ଅବପାତ ଜନିତ ବର୍ଷା ଯୋଗୁଁ ରାଜ୍ୟରେ ବଡ ବନ୍ୟାର ଆଶଙ୍କା ନାହିଁ ବୋଲି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସ୍ପଷ୍ଟ କରିଛନ୍ତି । ଗଭୀର ଅବପାତ ଯୋଗୁଁ ଗଞ୍ଜାମ ଓ ଗଜପତିରେ ଦୁଇ ଦିନ ପ୍ରବଳ ବର୍ଷା ହୋଇଛି । ୩ଟି ବ୍ଲକରେ ୩ ଶହ ମିଲିମିଟରରୁ ଅଧିକ ବର୍ଷା ହୋଇଛି । କବିସୂର୍ଯ୍ୟନଗରରେ ୩୨୮ ମିଲିମିଟର, ଆସ୍କାରେ ୩୦୭.୬ ମିଲିମିଟର ଏବଂ ପୁରୁଷୋତ୍ତମପୁରରେ ୩୦୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ପ୍ରବଳ ବର୍ଷା ଯୋଗୁଁ ଋଷିକୁଲ୍ୟାରେ ସାମାନ୍ୟ ବନ୍ୟା ଆସିପାରେ । ପୁରୁଷୋତ୍ତମପୁର ପାଖରେ ଋଷିକୁଲ୍ୟା ବିପଦ ସଙ୍କେତ ଛୁଇଁବା ଆଶଙ୍କା ରହିଛି । ତେବେ ବଡ ବନ୍ୟାର ଆଶଙ୍କା ନଥିବା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ଅନ୍ୟପଟେ ଆନ୍ଧ୍ରପ୍ରଦେଶ କାକିନାଡ଼ା ଅତିକ୍ରମ କରିବା ପରେ ମଧ୍ୟ ଡିପ୍ରେସନ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଉପକୂଳ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଡିପ୍ରେସନ ଏବେ ସ୍ଥଳଭାଗରେ ତେଲେଙ୍ଗାନା ଉପରେ କେନ୍ଦ୍ରୀଭୂତ ହୋଇଥିଲେ ମଧ୍ୟ ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି ।

   Related Posts