୯ ଜିଲ୍ଲାପାଳଙ୍କୁ ଚିଠି : ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବା ପାଇଁ ଚିଠି ଲେଖିଲେ ଏସଆରସି

Published By : Prameya-News7 Bureau | August 11, 2019 IST

ଭୁବନେଶ୍ବର ୧୧|୮: ରାଜ୍ୟରେ କିଛିଦିନ ତଳେ ଘଟିଥିବା ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ଏସଆରସି ବିଷ୍ଣୁପଦ ସେଠୀ ପ୍ରଭାବିତ ୯ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । 

ରାଜ୍ୟରେ କିଛି ଦିନ ହେବା ମୌସୁମୀ ସକ୍ରିୟ ଓ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହୋଇ କିଛି ସ୍ଥାନରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା । ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଏହାର ପ୍ରଭାବ ବେଶୀ ଦେଖିବାକୁ ମିଳିଥିଲା । ଅନେକ ଲୋକ ପାଣିଘେରରେ ରହିଥିବା ବେଳେ କେତେ ସ୍ଥାନରେ ଯୋଗଯୋଗ ବିଚ୍ଛିନ୍ନ ହୋଇପଡ଼ିଥିଲା । ତେଣୁ ସେହି ସବୁ ପ୍ରଭାବିତ ଅଂଚଳର ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ଏସଆରସି ବିଷ୍ଣୁପଦ ସେଠୀ  ୯ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ବଲାଙ୍ଗୀର, ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରେ ବନ୍ୟା ସ୍ଥିତ ଉପୁଜିଥିବା ବେଳେ ଅନେକ ଲୋକଙ୍କ ସାଧାରଣ ଜୀବନଯାପନ ପ୍ରଭାବିତ ହୋଇଥିଲା । ତେଣୁ ସେଠାକାର ଜିଲ୍ଲାପାଳଙ୍କୁ କ୍ଷୟକ୍ଷତି ରିପୋର୍ଟ ଅଗଷ୍ଟ ୧୭ ତାରିଖ ସୁଦ୍ଧା ପ୍ରଦାନ କରିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

{"id":143256}
{"id":143257}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.