Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଚାଷୀମାନେ ଯଥାଶୀଘ୍ର ଧାନ କାଟି ଆଣନ୍ତୁ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ, ୮ ଜିଲ୍ଲାରେ ବର୍ଷା ସମ୍ଭାବନା : ଏସ୍‌ଆରସି

29/11/2021 at 5:11 PM

ଭୁବନେଶ୍ବର ୨୯/୧୧ : ରାଜ୍ୟ​‌ରେ ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରିଛନ୍ତି ରାଜ୍ୟ ସରକାର । ଚାଷୀ ତୁରନ୍ତ ଧାନ କାଟି ଆଣିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିସନର(SRC) ପ୍ରଦୀପ ଜେନା । ଏହା ସହିତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ଦୃଷ୍ଟି ରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦେଶ ଦେଇଛନ୍ତି ଏସ୍‌ଆରସି ପ୍ରଦୀପ ଜେନା ।

ଧାନକଟା ସମୟ ଚାଲିଥିବାରୁ ବର୍ତ୍ତମାନ ଜମିରେ ଧାନ ସବୁ ପଡିରହିଛି ଏବଂ କଟା ମଧ୍ୟ ଜାରି ରହିଛି । ତେଣୁ ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । କାଲି ଲଘୁଚାପ ସୃଷ୍ଟି ହେଲେ ଆସନ୍ତା ୩ ଏବଂ ୪ ତାରିଖରେ ବର୍ଷା ହେବ । ତେଣୁ ଏହା ପୂର୍ବରୁ ଚାଷୀମାନେ ସେମାନଙ୍କ ଜମିରୁ ଧାନ କାଟିଆଣିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନର(SRC) ପ୍ରଦୀପ ଜେନା ରାଜ୍ୟର ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି ।

ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ନେଇ ପୂର୍ବରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଉପକୂଳ ଏବଂ ଉତ୍ତର ଉପକୂଳରେ ବର୍ଷା ଆଶଙ୍କା କରାଯାଉଛି । ରାଜ୍ୟର ୮ଜିଲ୍ଲାରେ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୩ ତାରିଖରୁ ୪ ତାରିଖ ଯାଏଁ ରାଜ୍ୟର ୮ ଜିଲ୍ଲାରେ ବର୍ଷା ହେବାନେଇ ଆଶଙ୍କା କରାଯାଇଛି । ୮ ଜିଲ୍ଲା-କନ୍ଧମାଳ, ମାଲକାନାଗିରି, ଗଞ୍ଜାମ, ଗଜପତି, ପୁରୀ, କୋରାପୁଟ, ରାୟଗଡା ଏବଂ ଢେଙ୍କାନାଳ ଜିଲ୍ଲାରେ ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି ।

   Related Posts