Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ବୋଲବମ୍ ଯାତ୍ରା ବନ୍ଦ : ସରକାର କହିଲେ ଅନୁମତି ନାହିଁ

4/07/2020 at 2:32 PM

ଭୁବନେଶ୍ୱର ୦୪।୦୭: ଶ୍ରାବଣରେ ଆଉ ରାସ୍ତାରେ ଶୁଭୁବନି ବୋଲବମ୍‌ ହରହର ବମ୍‌ । ସୋମବାରରେ ଶୈବପୀଠରେ ଲାଗିବ ନାହିଁ କାଉଡିଆଙ୍କ ଲମ୍ବା ଲାଇନ୍‌ । କରୋନା ସଂକ୍ରମଣକୁ ରୋକିବାକୁ ସରକାର ନେଲେ ଏକ କଠୋର ସତର୍କତା ପଦକ୍ଷେପ । ଜୁଲାଇ ମାସ ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି ରାଜ୍ୟ ସରକାର ଘୋଷଣା କରିଥିବା ବେଳେ ଆଜି କାଉଡିଆଙ୍କ ବୋଲ୍‌ବମ୍‌ ଯାତ୍ରାକୁ ନା କହିଛନ୍ତି । ଫଳରେ ହଜାର ହଜାର ଶୈବଭକ୍ତ ନିରାଶ ହୋଇଛନ୍ତି ।  

ଆଜି ସ୍ୱତନ୍ତ୍ର ରିଲିଫ୍‌ କମିଶନର ( ଏସ୍‌ଆର୍‌ସି) ପ୍ରେସ୍‌ମିଟ ଜରିଆରେ କହିଛନ୍ତି ଯେ, ଚଳିତ ବର୍ଷ ଶୈବ ପୀଠରେ ଜଳଲାଗି କରି ପାରିବେନାହିଁ କାଉଡ଼ିଆ । ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ ରହିଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । କରୋନା ସଂକ୍ରମଣ ଲାଗି କୌଣସି ଶୈବପୀଠରେ ଜଳଲାଗି ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି  ରାଜ୍ୟ ସରକାର ।, ବୋଲବମ୍‌ ଭକ୍ତଙ୍କ ଜଳ ସଂଗ୍ରହ, ପଥ ଭ୍ରମଣ ଓ ଜଳଲାଗି ଉପରେ କଟକଣା ଲଗାଇଯାଇଛି ।  ଶ୍ରାବଣ ମାସରେ ଶୈବପୀଠରେ ଭକ୍ତଙ୍କ ଭିଡ ଆଶଙ୍କା ଦୃଷ୍ଟିରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ।

   Related Posts