Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସଜାଗ : ଏସଆରସି

16/05/2020 at 1:04 PM

ଭୁବନେଶ୍ବର ୧୬।୫: ସମ୍ଭାବ୍ୟ ବାତ୍ୟାକୁ ନେଇ ଏସଆରସି ପ୍ରଦୀପ ଜେନା ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଏସଆରସି କହିଛନ୍ତି ଯେ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି। ଏହା ଆଜି ସଂଧ୍ୟାରେ ବାତ୍ୟାର ରୂପ ନେବ । ସମ୍ଭାବ୍ୟ ବାତ୍ୟା ଏବେ ପାରାଦୀପଠାରୁ ୧୧୦୦ କିଲୋମିଟର ଦୂରରେ ଘନୀଭୂତ ହୋଇଛି । ସମ୍ଭାବ୍ୟ ବାତ୍ୟା ଏବେ ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ଗତି କରୁଥିବା ଏସଆରସି କହିଛନ୍ତି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଭୀଷଣ ସାମୁଦ୍ରିକ ବାତ୍ୟାର ରୂପ ନେବ । ଏହା ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାପରେ ଉତ୍ତର ପୂର୍ବ ଦିଗରେ ଗତିକରି ପଶ୍ଚିମବଙ୍ଗ ଆଡେ ମୁହାଁଇବ । ୧୮ ତାରିଖ ଅପରାହ୍ନରେ ଏହା ଭୀଷଣ ସାମୁଦ୍ରିକ ବାତ୍ୟା ଏବଂ ୧୯ ତାରିଖ ସଂଧ୍ୟା ବେଳକୁ ଏହା ଅତି ପ୍ରଳୟଙ୍କରୀ ସାମୁଦ୍ରିକ ବାତ୍ୟାର ରୂପ ନେବ ।

ଏହାର ପ୍ରଭାବରେ ରାଜ୍ୟରେ ୧୮ରୁ ୨୦ ତାରିଖ ଯାଏଁ ବର୍ଷା ଓ ପବନ ହେବ । ୧୯ ତାରିଖରେ ଉପକୂଳ ଓଡିଶାରେ ୬୦ କିଲୋମିଟର ବେଗରେ ପବନ ବହିବ । ୨୦ ତାରିଖରେ ପବନର ବେଗ ୧୧୦ କିଲୋମିଟର ପର୍ଯ୍ୟନ୍ତ ବଢିପାରେ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ଲାଗି ରାଜ୍ୟ ସରକାର ସଂପୂର୍ଣ୍ଣ ସଜାଗ ରହିଛନ୍ତି । ଆବଶ୍ୟକ ହେଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ । ରାଜ୍ୟରେ ବିପୁଳ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ରହିଛି । ଲୋକଙ୍କୁ ଆତଙ୍କିତ ନହେବା ଲାଗି ଏସଆରସି ପରାମର୍ଶ ଦେଇଛନ୍ତି । ସନ୍ଧ୍ୟାରେ ୧୨ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

   Related Posts