Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବାତ୍ୟାକୁ ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନାଙ୍କ ସାମ୍ୱାଦିକ ସମ୍ମିଳନୀ, ୧୪ ଜିଲ୍ଲାକୁ ସତର୍କ ସୂଚନା ଜାରି

2/12/2021 at 6:44 PM

ଭୁବନେଶ୍ୱର, ୦୨/୧୨: ସାମ୍ଭାବ୍ୟ ବାତ୍ୟାକୁ ନେଇ ୧୪ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏସ୍‌ଆର୍‌ସି ପ୍ରଦୀପ ଜେନା ଏନେଇ ସାମ୍ୱାଦିକ ସମ୍ମିଳନୀ କରି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକୁ ସଜାଗ କରାଯାଇଛି । ଯେଉଁ ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯାଇଛନ୍ତି ସେମାନଙ୍କୁ ଶୀଘ୍ର ଘରକୁ ଫେରି ଆସିବାକୁ କୁହାଯାଇଛି । ମତ୍ସ୍ୟଜୀବୀମାନେ ସମୁଦ୍ରରୁ ଫେରି ଆସିଥିବା ମତ୍ସ୍ୟ ବିଭାଗ ସୂଚନା ଦେଇଛି ।  

ବର୍ତ୍ତମାନ ସୁଦ୍ଧା ଯେଉଁମାନେ ରହିଯାଇଛନ୍ତି ସେମାନେ ସକାଳ ସୁଦ୍ଧା ଫେରି ଆସିବାକୁ କୁହାଯାଇଛି। ୩ ତାରିଖରୁ ୫ ତାରିଖ ଯାଏଁ ଚିଲିକା ଓ ବଙ୍ଗୋପ ସାଗରରେ ମାଛଧରିବାକୁ ନେଇ ବାରଣ କରାଯାଇଛି । ଧାନ କାଟି ଆଣିବାକୁ ଚାଷୀମାନଙ୍କୁ ମଧ୍ୟ ଆଲର୍ଟ କରାଯାଇଛି । ୬୦ ଓଡ୍ରାଫ, ୧୭ ଏନ୍‌ଡିଆର୍‌ଏଫ୍‌, ଅଗ୍ନିଶମର ୧୭୧ ଟିମ୍‌କୁ ମୁତୟନ କରାଯିବ ବୋଲି ଏସ୍‌ଆର୍‌ସି କହିଛନ୍ତି ।

ଆକଳନ ଆନୁସାରେ ୯୦ରୁ ୧୦୦ କିମି ବେଗରେ ପବନ ବହିବ । ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପକ୍କା ଘରର କିଛି ଅସୁବିଧା ହେବନାହିଁ । କଚ୍ଚାଘର ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ । ସମୁଦ୍ର କୂଳିଆ ଲୋକଙ୍କୁ ଆବଶ୍ୟକ ସ୍ଥଳେ ସ୍ଥାନାନ୍ତରଣ କରାଯିବ । ବାତ୍ୟା ଆଶ୍ରୟ ସ୍ଥଳରେ କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କରାଯିବ ବୋଲି ଏସ୍‌ଆର୍‌ସି କହିଛନ୍ତି ।

ସୂଚନା ଥାଉକି, କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଗତକାଲିର ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଯାହା ବର୍ତ୍ତମାନ ସକ୍ରିୟ ରହିଛି ।ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏକ ଅବପାତର ରୂପନେବା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ୪ ତାରିଖ ସକାଳ ସମୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆନ୍ଧ୍ରପ୍ରଦେଶ ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି ।

ପରବର୍ତ୍ତୀ ସମୟରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି। ୩ ତାରିଖରେ ପବନର ବେଗ ୬୫ ରୁ ୭୫ ଝଟକା ପବନ ୮୦ ରହିବା ବେଳେ ୪ ତାରିଖରେ ୯୦ ରୁ ୧୦୦ ଏବଂ ଝଟକା ପବନ ୧୧୦ ରହିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୩ ଏବଂ ୪ ତାରିଖରେ ଗଜପତି, ଗଞ୍ଜାମ, ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। କୋରାପୁଟ, ରାୟଗଡା, ପୁରୀ, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୱାର୍ଣ୍ଣିଂ ଜାରି କରାଯାଇଛି ।

   Related Posts