Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ଲଗାଣ ବର୍ଷା ଏବଂ ବନ୍ୟାରେ ଦୁଇ ସପ୍ତାହ ମଧ୍ୟରେ ୮ଜଣଙ୍କର ମୃତ୍ୟୁ : ଏସଆରସି

13/08/2019 at 11:25 AM

ଭୁବନେଶ୍ବର ୧୩|୮:  ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତି ଯୋଗୁଁ ଦୁଇ ସପ୍ତାହ ମଧ୍ୟରେ ୮ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି | ଏସଆରସି କହିଛନ୍ତି ଯେ, ରାଜ୍ୟର ସମସ୍ତ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି | ତେବେ ନଦୀର ଜଳସ୍ତର ବିପଦ ସଂକେତ ତଳେ ପ୍ରବାହିତ ହେଉଛି | ବର୍ଷା ପ୍ରଭାବିତ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି |

ଅନ୍ୟପଟେ କଳାହାଣ୍ଡି ଓ ବଲାଙ୍ଗିରର ୪ଟି ବ୍ଲକରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି | ଏହି ସ୍ଥାନଗୁଡିକରେ ୩୦୦ରୁ ୪୦୦ ମିମି ବର୍ଷା ହୋଇଛି | କରଲାମୁଣ୍ଡା ବ୍ଲକରେ ସର୍ବାଧିକ ୬୦୮ ମିମି ବର୍ଷା ରେକର୍ଡ ହୋଇଛି | ୪୦ଟି ବ୍ଲକରେ ୧୦୦ରୁ ୨୦୦ ମିମି ବର୍ଷା ହୋଇଛି | କନ୍ଧମାଳ ଓ ସୋନପୁରରେ ୧୨୫ ମିମି ବର୍ଷା ରେକର୍ଡ ହୋଇଛି |

ସେହିପରି ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି, ସୋନପୁର ଓ କନ୍ଧମାଳ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି | ବନ୍ୟା ପ୍ରଭାବିତ ଅଞ୍ଚଳରେ ଓଡ୍ରାଫ ଟିମ୍ ମୁତୟନ ଥିବାବେଳେ ବଲାଙ୍ଗିରକୁ ଏନଡିଆରଏଫ ଟିମ୍ ପଠାଇବାକୁ ନିଷ୍ପତ୍ତି ନିଆଯାଇଛି ।

   Related Posts