Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ବାତ୍ୟା ଆଶଙ୍କା ନାହିଁ, କିନ୍ତୁ ପ୍ରବଳ ବର୍ଷାରେ ଧୋଇଯାଇପାରେ ଦୀପାବଳି : ସତର୍କ ସୂଚନା ଜାରି କଲେ ଏସଆରସି

22/10/2019 at 4:13 PM

ଭୁବନେଶ୍ବର ୨୨|୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗେପ ସାଗରରେ ସୃଷ୍ଠ  ଘୁର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି।  ଲଘୁଚାପ ପ୍ରଭାବରେ  ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ  ଆକଳନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି କରିଛନ୍ତି   ସ୍ବତନ୍ତ୍ର ରିଲିଫ କମିଶନର।

ଫିକା ପଡିପାରେ ଦିପାବଳୀ ।  ଦିପାବଳୀ​‌ରେ  ଭିଜିପାରେ ସାରା ଓଡିଶା।। ପଶ୍ଚିମ କେନ୍ଦ୍ରୀୟ ବଙ୍ଗେପ ସାଗରରେ ସୃଷ୍ଟ  ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଆସନ୍ତାକାଲି ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ, ନୂଆପଡା ଓ ବଲାଙ୍ଗିରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଗୋଟିଏ ଜିଲ୍ଲାକୁ    ୟଲୋ  ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

 ସେପେଟ  ପ୍ରବଳ ବର୍ଷା ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି   ସ୍ବତନ୍ତର ରିଲିଫ କମିଶନର। ଏହାସହ ସ୍ଥିତି ଉପରେ ନଜର ରଖିବା ସହ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ଆସନ୍ତା ୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ବର , ଢେଙ୍କାନାଳ, ଯାଜପୁର ଓ ନୟାଗଡରେ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସେପଟେ ଆରବ ସାଗରରେ ମଧ୍ୟ  ଏକ  ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତି  ଦକ୍ଷିଣ  , ଆଭ୍ୟନ୍ତରୀଣ ଓଡିଶରେ  ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଥିବା ବେଳେ ରାଜ୍ୟରେ  ବାତ୍ୟା ସମ୍ଭାବନା    ନଥିବା ସୂଚନା ମିଳିଛି।

   Related Posts