Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଆଜି ପବିତ୍ର ଜନ୍ମାଷ୍ଟମୀ : ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ

2/09/2018 at 9:05 AM

ଭୁବନେଶ୍ବର ୨|୯: ଆଜି ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ । ଜନ୍ମାଷ୍ଟମୀ ଉପଲକ୍ଷେ ସହରଠୁ ପୁରପଲ୍ଲୀ ସବୁଠି ଉତ୍ସବମୁଖର । ଭଗବାନ ଶ୍ରୀକୃଷ୍ଣଙ୍କୁ ସ୍ବାଗତ କରିବାପାଇଁ ବିଭିନ୍ନ ପ୍ରକାର ଆୟୋଜନମାନ କରାଯାଇଛି । କିମ୍ବଦନ୍ତୀ ଅନୁଯାୟୀ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଦେବକୀ ଏବଂ ବାସୁଦେବଙ୍କ ପୁତ୍ର ରୂପେ କୃଷ୍ଣ ମଥୁରାରେ ଜନ୍ମଗ୍ରହଣ କରିଥିଲେ । ଜନ୍ମାଷ୍ଟମୀ ଉପଲକ୍ଷେ ରାଜଧାନୀ ଭୁବନେଶ୍ବରର ରାମ ମନ୍ଦିର ସମେତ ଇସ୍କନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ସକାଳୁ ସକାଳୁ ଦୀପ, ଧୂପ, ନୈବେଦ୍ୟ ଧରି ଭକ୍ତମାନଙ୍କର ଲମ୍ବା ଧାଡି ଦେଖିବାକୁ ମିଳିଛି ।
ସେପଟେ ପୁରୀ ଶ୍ରୀମନ୍ଦିରରେ ମଧ୍ୟ ପାଳନ ହେବ ଜନ୍ମାଷ୍ଟମୀ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି । ସନ୍ଧ୍ୟା ଧୂପ ପରେ ଜୟ ବିଜୟ ଦ୍ବାର ବନ୍ଦ କରାଯାଇ ମହାଜନ ସେବାୟତମାନଙ୍କ ଦ୍ବାରା ପଞ୍ଚୁବର୍ଣ୍ଣ ମୁରୁଜରେ ମଣ୍ଡଳ କଟାଯାଇ ଜନ୍ମନୀତି ଆରମ୍ଭ କରାଯାଇଥାଏ । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି ।

   Related Posts