Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||

ଭାରତ ଗସ୍ତରେ ଶ୍ରୀଲଙ୍କାର ରାଷ୍ଟ୍ରପତି – ଏହି ଦ୍ୱିପାକ୍ଷିକ ବିଷୟରେ କରିବେ ଆଲୋଚନା

29/11/2019 at 9:23 PM

ନୂଆଦିଲ୍ଲୀ୨୯/୧୧: ତିନି ଦିନିଆ ଭାରତ ଗସ୍ତରେ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋତାବାୟା ରାଜପକ୍ଷେ । ରାଷ୍ଟ୍ରପତି ଭବନ ପରିସରରେ ଗୋତାବାୟାଙ୍କୁ ଭବ୍ୟ ସ୍ବାଗତ ଦିଆଯାଇଛି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋତାବାୟାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ପରେ ଗୋତାବାୟା ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରିଥିଲେ। ଏହାପରେ ସେ ରାଜଘାଟ ଯାଇ ଜାତିର ପିତା ମହାତ୍ମାଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

 ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଥିବା ବନ୍ଧୁତାକୁ ଶିଖର ଯାଏଁ ନେବାକୁ ସେ ପ୍ରୟାସ କରିବେ ବୋଲି ଗୋତାବାୟା କହିଛନ୍ତି । ଆର୍ଥିକ ଅଭିବୃଦ୍ଧି ଓ ସୁରକ୍ଷା ସମ୍ପର୍କିତ ପ୍ରସଙ୍ଗରେ ଦୁଇ ଦେଶ ମିଶି କାର୍ଯ୍ୟ କରିବା ଆବଶ୍ୟକ । ଗୋତାବାୟା ଏବଂ ମୋଦୀଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି । ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା, ବାଣିଜ୍ୟ, ସୀମା ବିବାଦ, ଶ୍ରୀଲଙ୍କାରେ ତାମିଲ୍ ସମସ୍ୟା ସହିତ ଏକାଧିକ ଦ୍ବିପାକ୍ଷିକ ପ୍ରସଙ୍ଗ ସ୍ଥାନ ପାଇବା ସମ୍ଭାବନା ରହିଛି । ଗୋତାବାୟା ରାଜପକ୍ଷେ ଶ୍ରୀଲଙ୍କା ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ପ୍ରଥମ ବିଦେଶ ଗସ୍ତରେ ଭାରତ ଆସିଛନ୍ତି ।

   Related Posts