Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ବିଧାନସଭାରେ ପାରିତ ହେଲା ଶ୍ରୀମନ୍ଦିର ପରିକ୍ରମା ଯୋଜନା: ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପକୁ ସ୍ୱାଗତଯୋଗ୍ୟ ବୋଲି କହିଲେ ବିରୋଧୀ

27/02/2021 at 7:04 PM

ପୁରୀ ୨୭/୦୨ : ବିଧାନସଭାରେ ପାରିତ ହେଲା ଶ୍ରୀମନ୍ଦିର ପରିକ୍ରମା ଯୋଜନା । ଏହି ଐତିହାସିକ ଯୋଜନାକୁ ଗୃହରେ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ଜାତିର ସବୁଠାରୁ ବଡ଼ ପରଚୟ ହେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ଶାନ୍ତ ସୁନ୍ଦର ଓ ଆଧ୍ୟାତ୍ମିକ ପରିବେଶରେ ମହାପ୍ରଭୁଙ୍କୁ ଟିକିଏ ଦର୍ଶନ କରିବାକୁ ଲକ୍ଷ ଲକ୍ଷ ଭକ୍ତଙ୍କ ଇଚ୍ଛା ରହିଛି । ଯେଉଁଥି ପାଇଁ ଶ୍ରୀମନ୍ଦିର ପରିକ୍ରମା ଯୋଜନା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏଭଳି ପଦକ୍ଷେପକୁ ଗୃହରେ ବିରୋଧୀଙ୍କ ଠାରୁ ଆରମ୍ଭ କରି ସବୁ ମହଲରେ ସ୍ବାଗତ କରାଯାଇଛି । ….

ବିଧାନସଭାରେ ପାରିତ ହେଲା ଶ୍ରୀମନ୍ଦିର ପରିକ୍ରମା ଯୋଜନା । ଶାନ୍ତ ସୁନ୍ଦର ଓ ଆଧ୍ୟାତ୍ମିକ ପରିବେଶରେ ମହାପ୍ରଭୁଙ୍କୁ ଦର୍ଶନ କରି ଭକ୍ତ ପାଇବେ ଦିବ୍ୟ ଅନୁଭବ । ଏହାକୁ ଗୁରୁତ୍ବ ଦେଇ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ପରିକଳ୍ପନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ପରିକ୍ରମା ଯୋଜନାରେ  ମୁଖ୍ୟତଃ ୩ଟି ବିଷୟ ଉପରେ ଗୁରୁତ୍ବ ଦିଆଯାଇଛି ।

୧- ଶ୍ରୀମନ୍ଦିରର ନିରାପତ୍ତା ।

୨- ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ନିରାପତ୍ତା ।

୩- ଭକ୍ତମାନଙ୍କ ପାଇଁ ଏକ ସୁନ୍ଦର ଆଧ୍ୟାତ୍ମିକ  ପରିବେଶ ସୃଷ୍ଟି । ବିଧାନସଭାରେ ଏହି ଶ୍ରୀମନ୍ଦିର ପରିକ୍ରମା ସଂକଳ୍ପ ଉପସ୍ଥାପନ କରିବା ବେଳେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଆ ଜାତିର ସବୁଠାରୁ ବଡ଼ ପରିଚୟ ହେଉଛନ୍ତି ଶ୍ରୀଜଗନ୍ନାଥ । ଆମ ଇତିହାସ, ସଂସ୍କୃତି, ପରମ୍ପରା ଓ ଆମ ବିଶ୍ବାସ ସବୁ କିଛି ମହାପ୍ରଭୁଙ୍କୁ କେନ୍ଦ୍ର କରି ଗଢ଼ି ଉଠିଛି । ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଅସ୍ମିତାର ପ୍ରତୀକ । ଆମର ସୌଭାଗ୍ୟ ଯେ, ଆମ ସମୟରେ ହିଁ ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ସେ ଆମକୁ ସୁଯୋଗ ଦେଇଛନ୍ତି । ତେଣୁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଲକ୍ଷ ଲକ୍ଷ ଭକ୍ତ ଯେଭଳି ଏକ ଦିବ୍ୟ ଅନୁଭବ ନେଇ ଫେରିବେ ତାହା ଆମ ସମସ୍ତଙ୍କ ଦାୟିତ୍ବ । 

ଯେତେବେଳେ ଜଷ୍ଟିସ୍‌ ବିପି ଦାସ୍‌ କମିଟି ଶ୍ରୀମନ୍ଦିର ନିରାପତ୍ତା କରିଡର ପାଇଁ ସୁପାରିଶ କଲେ ସେତେବେଳେ ଗଜପତି ମହାରାଜାଙ୍କ ନେତୃତ୍ବରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଭିନ୍ନ ଷ୍ଟେକ୍‌ ହୋଲଡରମାନଙ୍କ ସହ ବହୁବାର ଆଲୋଚନା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ଲାନ ପ୍ରସ୍ତୁତ କରାଯାଇଛି।  ଆଜି ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ସଂକଳ୍ପ ଉପସ୍ଥାପନ ବେଳେ ଏଥି ପାଇଁ ସହଯୋଗ କରିଥିବା ପୁରୀ ବାସିନ୍ଦା ଏବଂ ଗଜପତିଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ସେପଟେ ଶ୍ରୀମନ୍ଦିର ଓ ଭକ୍ତଙ୍କ ନିରାପତ୍ତା ଦିଗରେ ସରକାରଙ୍କ ଏଭଳି ପଦେକ୍ଷପକୁ ସ୍ବାଗତ କରିଛନ୍ତି ବିରୋଧୀ ।

ଗଲା ୧୫ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଶ୍ରୀମନ୍ଦିର ୭୫ ମିଟର ସୁରକ୍ଷା କରିଡରରେ ହେବାକୁ ଥିବା ଉନ୍ନତିମୂଳକ କାମକୁ ଅନୁମୋଦନ କରାଯାଇଥିଲା । ଏହି ନକ୍ସାକୁ ମହାପ୍ରଭୁଙ୍କ ନିକଟରେ ଲାଗି କରାଯାଇଥିଲା । ବିଧାନସଭାରେ ସର୍ବସମ୍ମତିକ୍ରମେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ପାରିତ ହେବା ପରେ ଏହାକୁ ସ୍ବାଗତ କରିଛନ୍ତି  ପୁରୀ ଜିଲ୍ଲା ପ୍ରଶାସନ ଏବଂ ପରିଚାଳନା କମିଟି ସଦସ୍ୟ ।

ପୁରୀ ଐତିହ୍ୟ କ୍ଷେତ୍ର ବିକାଶ ଯୋଜନାରେ ଶ୍ରୀମନ୍ଦିର ଓ ଏହାର ଚାରିପାଖର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି । ମହାବାତ୍ୟା ଫନି ପରେ ଆରମ୍ଭ ହୋଇଥିବା ଏହି ବିକାଶ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି ।

   Related Posts