Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଶ୍ରୀମନ୍ଦିର ସଂସ୍କାର ମାମଲା : ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ପକ୍ଷଭୁକ୍ତ ନେଇ ଆବେଦନ ଖାରଜ

2/08/2019 at 2:56 PM

ନୂଆଦିଲ୍ଲୀ ୨|୮: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଲା ଶ୍ରୀମନ୍ଦିର ସଂସ୍କାର ମାମଲା ।  ଏହାସହ ଏହି  ମାମଲାରେ ଜଗତଗୁରୁ  ଶଙ୍କରାଚାର୍ଯ୍ୟଙ୍କ ପକ୍ଷଭୁକ୍ତ ନେଇ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ଶ୍ରୀମନ୍ଦିର ସଂସ୍କାର ସମ୍ପର୍କିତ ମାମଲାରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ପକ୍ଷଭୁକ୍ତ ହୋଇପାରିବେ ନାହିଁ । ମାତ୍ର ସେ ଚାହିଁଲେ  ଆମିକସ୍ କ୍ୟୁରିଙ୍କ ମାଧ୍ୟମରେ ପରାମର୍ଶ ଦେଇପାରିବେ ବୋଲି କୋର୍ଟ କହିଛନ୍ତି । ଏହାକୁ କୋର୍ଟ ଉପଯୁକ୍ତ ମନେ କଲେ ଗ୍ରହଣ କରିବେ ।

ଏହା ସହିତ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି ସୁରକ୍ଷା ନେଇ ଇଣ୍ଟର୍ କଣ୍ଟିନେଣ୍ଟାଲ ଆଇନଜୀବୀ ସଂଘ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ନିଜର ପକ୍ଷ ରଖିବାକୁ କୋର୍ଟ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ଏସ୍ ଏ  ବାବଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଆଜି ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ହୋଇଥିଲା । ଆଜିର ଶୁଣାଣି ପରେ କୋର୍ଟ ମାମଲାର ଶୁଣାଣିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ।

   Related Posts