Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଦିନକ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ସୃଷ୍ଟି ଗୋସ୍ୱାମୀ, ଜାଣନ୍ତୁ କାହିଁକି…

22/01/2021 at 1:37 PM

ହରିଦ୍ୱାର, ୨୨।୧ :  ହରିଦ୍ୱାରର ସୃଷ୍ଟି ଗୋସ୍ୱାମୀ ବାଳିକା ଦିବସ ଉପଲକ୍ଷେ ଜାନୁଆରୀ ୨୪ ତାରିଖରେ ଗୋଟିଏ ଦିନ ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ । ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ରାଓ୍ୱତ ଏନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ସୃଷ୍ଟି ଉତ୍ତରାଖଣ୍ଡରେ ହୋଇଥିବା ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ । ବିଭାଗର ଅଧିକାରୀମାନେ ଯୋଜନାକୁ ନେଇ ତାଙ୍କୁ ୫ ମିନିଟର ଏକ ରିପୋର୍ଟ ଦେବେ । 

ସୃଷ୍ଟି ଏବେ ବାଲ୍ ବିଧାନସଭାର ମୁଖ୍ୟମନ୍ତ୍ରୀ ଅଛନ୍ତି । ଏହାର ଉଦ୍ଦେଶ୍ୟ ହେଉଛି ଛାତ୍ରୀ ଓ ବାଳିକାଙ୍କୁ ସଶକ୍ତକରଣ କରିବା । ଜାନୁଆରୀ ୨୪ ତାରିଖରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ତ୍ତ ବିଭାଗ, ପର୍ଯ୍ୟଟନ ବିଭାଗ, ଜଳ ସେଚନ ବିଭାଗ ଓ ମହିଳା ସଶକ୍ତକରଣ ବିଭାଗର ସଚିବମାନେ ରହିବେ ।

କାର୍ଯ୍ୟକ୍ରମରେ ସୃଷ୍ଟିଙ୍କୁ ୧୦୮ ଆମ୍ବୁଲାନ୍ସ, ମାଧ୍ୟମିକ ଶିକ୍ଷାର ନିର୍ଦ୍ଦେଶକ ଅଟଳ ଆଦର୍ଶ ବିଦ୍ୟାଳୟ, ରାଜଧାନୀ ସାମାନ୍ୟ ପ୍ରଶାସନ ସଚିବ, ଗ୍ରାମ୍ୟ ବିକାଶ ବିଭାଗର  ନିର୍ଦ୍ଦେଶକ, ଡେରାଡୁନର ଜିଲ୍ଲାପାଳ, ଶିଳ୍ପ ବିଭାଗର ସତିବ, ପୋଲିସ ଡିଜି ଆଦି ୫-୫ ମିନିଟରେ ରିପୋର୍ଟ ପ୍ରଦାନ କରିବେ ।

ସୃଷ୍ଟି ହରିଦ୍ୱାରର ଦୌଲତପୁରରେ ରୁହନ୍ତି । ସେଠାରେ ସେ ବିଏସଏମ ପିଜି କଲେଜରେ ବିଏସସି ଏଗ୍ରିକଲଚରର ସପ୍ପମ ସେମିଷ୍ଟରର ଛାତ୍ରୀ । ସେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ବାଳିକା ଦିବସରେ ଅନେକ କାର୍ଯ୍ୟକ୍ରମରେ ଭାଗ ନେଇ ସାରିଛନ୍ତି । ମେ ୨୦୧୮ରେ ସେ ଉତରାଖଣ୍ଡ ବାଲ୍ ବିଧାନସଭାରେ ମୁଖ୍ୟମନ୍ତ୍ରୀ ହୋଇଥିଲେ । ସୃଷ୍ଟିଙ୍କ ପିତା ପ୍ରବୀଣ ବ୍ୟବସାୟୀ ହୋଇଥିବା ବେଳେ ମା ସୁଧା ଗୋସ୍ୱାମୀ ଗୃହିଣୀ ଅଟନ୍ତି ।

   Related Posts