ରାଜ୍ୟ କ୍ୟାବିନେଟ୍ ବୈଠକ: ୧୮ଟି ପ୍ରସ୍ତାବରେ ବାଜିଲା ମୋହର

Published By : Prameya-News7 Bureau | November 12, 2020 IST

ଭୁବନେଶ୍ବର୧୨/୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ୧୮ଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ୨୦୨୦-୨୧ ବର୍ଷ ଖରିଫ ଧାନ ସଂଗ୍ରହ ନୀତିକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଧାନ ଓ ଚାଉଳ ସଂଗ୍ରହ ପରିଚାଳନା ପାଇଁ ଖାଦ୍ୟ ଓ ସଂଗ୍ରହଣ ନୀତିକୁ ମଞ୍ଜୁରୀ ଦିଆଯାଇଛି । ୨୦୨୦-୨୧ ବର୍ଷରେ ୪୮ ଲକ୍ଷ ମେଟ୍ରିକ ଟନ ଚାଉଳ ସଂଗ୍ରହ ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି ।

କୋଭିଡ ମହାମାରୀରେ ପ୍ରଭାବିତ କୃଷକମାନଙ୍କୁ ତୁରନ୍ତ ଲାଭ ପ୍ରଦାନ ପାଇଁ ଏହି ଅଧିନିୟମ ଅଣାଯିବ। ଅନ୍ୟପକ୍ଷରେ, ଗ୍ରୀଡକୋ ଋଣ କରିବାକୁ ୨୬ ଶହ କୋଟିର ଗ୍ୟାରେଣ୍ଟିକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ପ୍ରଦାନ କରିଛି । ରାଜ୍ୟ କ୍ୟାବିନେଟରେ ପୁରୀ ପାଇଁ ମଧ୍ୟ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଶ୍ରୀମନ୍ଦିର ଓ ପୁରୀ ସହରର ବିକାଶ ଲାଗି ୪୬୧ କୋଟି ୫୦ ଲକ୍ଷ ଟଙ୍କାର ବ୍ୟୟ ବରାଦ କରାଯାଇଛି । ଜଗନ୍ନାଥ ବଲ୍ଲଭ ଯାତ୍ରୀ ନିବାସ, ମାର୍କେଟ କଂପ୍ଲେକ୍ସ ଓ ଶ୍ରୀ ସେତୁ ପାଇଁ ବ୍ୟୟ ବରାଦ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.