Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା

23/10/2021 at 1:32 PM

କଳାହାଣ୍ଡି ୨୩।୧୦: କଳାହାଣ୍ଡି ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ମହାଲିଙ୍ଗ୍ ରେ ପହଞ୍ଚିଲେ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା । ମହାଲିଙ୍ଗ୍ ମିନି ଷ୍ଟାଡିୟମରେ ପହଞ୍ଚି ମହିଳା କମିଶନ ଅଧ୍ୟକ୍ଷା ଅନୁଧ୍ୟାନ କଲେ । ଏହାପରେ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ପୀଡ଼ିତ ପରିବାରକୁ ସୁରକ୍ଷା ସହ ଘଟଣାର ନିରପେକ୍ଷ ତଦନ୍ତ ଓ ମହାଲିଙ୍ଗ୍ କଲେଜର ସ୍ଥାୟୀତ୍ବ ଉପରେ ଗୁରୁତ୍ବାରୋପର ଆବଶ୍ୟକତା ରହିଛି ବୋଲି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପ୍ରକାଶ କରିଛନ୍ତି ।

ମମିତା ମେହେର ହତ୍ୟାକାଣ୍ଡ ଗୁରୁତ୍ବର ସହ ନେଇଛି ରାଜ୍ୟ ମହିଳା କମିଶନ ।  ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରାଙ୍କ ନେତୃତ୍ବରେ ୪ ଜଣିଆ ଟିମ୍ ମମିତା ମେହେରଙ୍କ ଘରେ ପହଞ୍ଚି ପରିବାର ଲୋକଙ୍କ ସହ ଆଲୋଚନା କରିଛନ୍ତି । ଦୋଷୀକୁ କଠୋରରୁ କଠୋର ଦଣ୍ଡ ମିଳୁ ବୋଲି କହିଛନ୍ତି, ମହିଳା କମିଶନ ଅଧ୍ୟକ୍ଷା । ଶୁକ୍ରବାର ବଲାଙ୍ଗୀର ଏସ୍‌ପି ଅଫିସରେ ଏସ୍‌ପି ନୀତିନ କୁଶଳକରଙ୍କ ସହିତ ଆଲୋଚନା କରିଥିଲେ । ଏହା ସହିତ ମହାଲିଙ୍ଗ୍ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । କଲେଜର ମହିଳା ହଷ୍ଟେଲରେ ରହିଥିବା ଛାତ୍ରୀମାନଙ୍କ ବିଷୟରେ ତଦନ୍ତ କରିବା ସହିତ ସେମାନଙ୍କ ସୁରକ୍ଷା ପାଇଁ କଳାହାଣ୍ଡି ଜିଲ୍ଲା ପ୍ରଶାସନ ଏବଂ ସରକାରଙ୍କ ସହିତ ଆଲୋଚନା କରିବେ ବୋଲି ମହିଳା କମିଶନ ଅଧ୍ୟକ୍ଷା କହିଛନ୍ତି ।

   Related Posts