Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଆଜି ରାଜ୍ୟ ମନ୍ତ୍ରୀପରିଷଦ ବୈଠକ, କରୋନା ସ୍ଥିତିକୁ ଦେଖି ଆସିପାରେ ବଡ ନିଷ୍ପତ୍ତି

22/07/2020 at 7:40 AM

ଭୁବନେଶ୍ୱର ୨୨।୦୭: ଆଜି ସନ୍ଧ୍ୟାରେ ବସିବ ରାଜ୍ୟ ମନ୍ତ୍ରୀପରିଷଦ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ବସିବ ବୈଠକ ।  ରାଜ୍ୟରେ କରୋନା  ସ୍ଥିତିକୁ ଦେଖି ମନ୍ତ୍ରୀ ପରିଷଦରେ କିଛି ବଡ ନିଷ୍ପତ୍ତି ନେଇପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ତେବେ ଆଜି ବସିବାକୁ ଥିବା ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବରେର ଥିବା ମନ୍ତ୍ରୀମାନ ଲୋକସେବା ଭବନ ଓ  ଜିଲ୍ଲାରେ ଥିବା ଅନ୍ୟ ମନ୍ତ୍ରୀମାନେ ଜିଲ୍ଲାପାଳଙ୍କ ଭିଡିଓ କନଫରେନସିଂ ପ୍ରକୋଷ୍ଠରୁ ବୈଠକରେ ସାମିଲ ହେବେ। ରାଜ୍ୟରେ ଯେଭଳି ଭାବରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ତାହାକୁ ଦୃଷ୍ଟିରେ ରଖି କିଛି ବଡ଼ ନିଷ୍ପତ୍ତି ହେବାର ଆଶଙ୍କା ରହିଛି ।

   Related Posts