ରାଜ୍ୟରେ ବଢିବ କି ଲକ୍‌ଡାଉନ୍‌ ? ସଂଧ୍ୟା ୬.୩୦ରେ ମୁଖ୍ୟ ଶାସନ ସଚିବଙ୍କ ପ୍ରେସ୍‌ମିଟ୍‌

Published By : Prameya-News7 Bureau | May 30, 2021 IST

ଭୁବନେଶ୍ୱର ୩୦।୦୫: ବଡ଼ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ । ରବିବାର ଦିନ ସଂଧ୍ୟା ୬.୩୦ରେ କରୋନା ଜନିତ କିଛି ବଡ଼ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ ଲାଗୁ ହୋଇଥିବା ଲକ୍‌ଡାଉନ୍‌ ସୋମବାର ଦିନ ଶେଷ ହେଉଛି । ତେଣୁ ଲକ୍‌ଡାଉନ୍‌ କି କରୋନା ସ୍ଥିତି ନେଇ କିଛି ବି ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ।

ଖବର ଅନୁଯାୟୀ, ଓଡ଼ିଶାରେ କରୋନା ସଂକ୍ରମଣ ସାମାନ୍ୟ କମିଛି । ହେଲେ ଏଥିରେ ଉତ୍ସାହିତ ହୋଇ ଢିଲା ହେବାର ସମୟ ଆସିନାହିଁ । ସାମାନ୍ୟ ଅବହେଳା ହିଁ ସାରା ରାଜ୍ୟକୁ ମହଙ୍ଗା ପଡ଼ିବ ବୋଲି ବିଶେଶଜ୍ଞମାନେ କହୁଛନ୍ତି । ତେବେ ସଂକ୍ରମଣ ହାର ୫ ପ୍ରତିଶତକୁ ନ ଖସିବା ପର୍ଯ୍ୟନ୍ତ ରାଜ୍ୟରେ କଟକଣାକୁ କୋହଳ କରିବା ଉଚିତ୍‌ ହେବ ନାହିଁ । ଏପିରିକି ଦେଖିବାକୁ ଗଲେ ରାଜ୍ୟରେ ଏବେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ତେଣୁ ଜୁନ୍‌ ପହିଲାରେ ଶେଷ ହେଉଥିବା ଲକଡାଉନ ଅବଧିକୁ ଆହୁରି ବଢ଼ାଇବାକୁ ପଡିବ । ତାହାଲେ ଯାଏଁ ଆମେ କରୋନାର ସଂକ୍ରମଣ ଚେନ୍‌ରେ ବ୍ରେକ୍‌ ଦେଇପାରିବ ବୋଲି ବିଶେଷଜ୍ଞମାନେ ମତ ରଖୁଛନ୍ତି । ତେଣୁ ଜୀବନ ସହ ଜୀବିକାକୁ ମଧ୍ୟ ଗୁରୁତ୍ୱ ଦେଇ ବିଭିନ୍ନ ଦିଗରେ ବିଚାର କରୁଛନ୍ତି ରାଜ୍ୟ ସରକାର। ସମ୍ଭବତଃ ଯେଉଁ ଜିଲ୍ଲାଗୁଡ଼ିକରେ ବର୍ତ୍ତମାନ ସଂକ୍ରମଣ ଦ୍ରୁତ ହାରରେ ଖସୁଛି କିମ୍ବା ପଜିଟିଭ୍‌ ହାର ୧୦% ପାଖାପାଖି ଅଛି, ସେଠାରେ ଲକଡାଉନ କଟକଣା ସାମାନ୍ୟ କୋହଳ ହୋଇପାାରେ ବୋଲି ସୂଚନା ରହିଛି ।

ତେଣୁ ମୁଖ୍ୟ ଶାସନ ସଚିବଙ୍କ ପ୍ରେସ୍‌ମିଟ୍‌ ଉପରେ ସମସ୍ତଙ୍କ ନଜର ରହିଛି । କଣ ଘୋଷଣା କରୁଛନ୍ତି । ତାହା ଦେଖିବାକୁ ବାକି ରହିଲା । ଅନ୍ୟପଟେ ରାଜ୍ୟର କୋଭିଡ୍ ସ୍ଥିତି ଏବଂ ଆଗାମୀ ପଦକ୍ଷେପ ସମ୍ପର୍କରେ କହିବେ ସ୍ୱାସ୍ଥ୍ୟ ବିଭାଗ ACS ପ୍ରଦୀପ୍ତ ମହାପାତ୍ର । ଅପରାହ୍ନ ୪ଟା ୩୦ରେ ସ୍ୱାସ୍ଥ୍ୟ ବିଭାଗ ACS ପ୍ରଦୀପ୍ତ ମହାପାତ୍ର ଏନେଇ ସୂଚନା ଦେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.