Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ପରିସଂଖ୍ୟାନ ଦୃଷ୍ଟିରୁ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି- ମୁଖ୍ୟମନ୍ତ୍ରୀ

14/04/2020 at 10:19 PM

ଭୁବନେଶ୍ବର୧୪/୪: ପରିସଂଖ୍ୟାନ ଦୃଷ୍ଟିରୁ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି ।  ଆଜି କରୋନାର ସ୍ଥିତି ସମୀକ୍ଷା ବେଳେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମୁକାବିଲା ଲାଗି ଯେଉଁମାନେ ଭଲ କାମ କରୁଛନ୍ତି ସେମାନଙ୍କୁ ସାବାସୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ କୃଷିଜାତ ଦ୍ରବ୍ୟ ପରିବହନ ଏବଂ ଘରୋଇ ହିଂସା ରୋକିବା ଦିଗରେ ଧ୍ୟାନ ଦେବାକୁ ପୋଲିସକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ପରିସଂଖ୍ୟାନ ଦୃଷ୍ଟିରୁ ଓଡ଼ିଶାରେ ନିମ୍ନଗାମୀ ହେଉଛି କରୋନା ଗ୍ରାଫ । ଯାହା ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ଆଜି ସଚିବମାନଙ୍କ ସହ କରୋନା ସ୍ଥିତି ସମୀକ୍ଷା ବେଳେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ଠାରୁ ଆରମ୍ଭ କରି ପ୍ରଶାସନ, ପୋଲିସ, ସଫେଇ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ସମୀକ୍ଷା ବେଳେ ମୁଖ୍ୟମନ୍ତ୍ରୀ ଦୁଇଟି ପ୍ରମୁଖ ପ୍ରସଙ୍ଗ ଉପରେ ଗୁରୁତ୍ବ ଦେଇଥିଲେ । ଲକ୍ ଡାଉନ୍ ସମୟରେ ଚାଷୀଙ୍କ ଉତ୍ପାଦିତ ସାମଗ୍ରୀ ପରିବହନରେ ଯେଭଳି ଅସୁବିଧା ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ପୋଲିସ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ପାରିବାରିକ ହିଂସା ଚିନ୍ତାର ବିଷୟ ପାଲଟିଥିବାରୁ ଏହା ଉପରେ ନଜର ରଖିବାକୁ କୁହାଯାଇଛି । ବିଶେଷ କରି ଅଭ୍ୟାସଗତ ଅପରାଧୀଙ୍କୁ ଚିହ୍ନଟ କରିବା ସହ ଫୋନ୍ କଲ ଜରିଆରେ ଅଭିଯୋଗକାରୀଙ୍କୁ ସହାୟତା ଯୋଗାଇ ଦେବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସପ୍ତାହେ ଭିତରେ ସବୁ ଜିଲ୍ଲାରେ କୋଭିଡ୍ ହସ୍ପିଟାଲ ପ୍ରସ୍ତୁତ କରିବାକୁ ସମୀକ୍ଷା ବେଳେ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ଯେହେତୁ ଚଳିତମାସ ଶେଷ ସୁଦ୍ଧା ରାଜ୍ୟରେ ୩୬ ଟି କୋଭିଡ ହସ୍ପିଟାଲ ଦ୍ବାରା ୬ ହଜାର ବେଡ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ସେଥି ପାଇଁ ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

   Related Posts