Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବି ; ଶହେ ଦିନ ପୁରିଲା ଆନ୍ଦୋଳନ

15/12/2018 at 2:25 PM

ସମ୍ବଲପୁର ୧୫|୧୨: ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି । ସମ୍ବଲପୁର ସମେତ ପଶ୍ଚିମ ଓଡିଶାର ୯ଟି ଜିଲ୍ଲାରେ ଚାଲିଥିବା ଆନ୍ଦୋଳନକୁ ଆଜି ଶହେ ଦିନ ପୁରିଲା । ଗତ ଶହେ ଦିନ ଧରି, ବିଚାର ବିଭାଗୀୟ ଅଦାଲତ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଉତ୍ତରାଞ୍ଚଳ ଆରଡିସିଙ୍କ କାର୍ଯ୍ୟାଳୟ ସମେତ, ସମସ୍ତ ସରକାରୀ କାର୍ଯ୍ୟାଳୟରେ ତାଲା ଝୁଲୁଛି । ଆଇନଜୀବୀମାନେ କଚେରୀ ଛକରେ ରିଲେ ଅନଶନରେ ବସି ରହିଛନ୍ତି। ରାଜ୍ୟ ସରକାର କିମ୍ବା କେନ୍ଦ୍ର ସରକାର ଏ ଦିଗରେ କୌଣସି ପଦକ୍ଷେପନନେବାରୁ ଦିନକୁ ଦିନ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଗତକାଲି ପଶ୍ଚିମ ଓଡିଶା ଓକିଲ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ନିଷ୍ପତ୍ତି କ୍ରମେ ଆନ୍ଦୋଳନକୁ ଜୋରଦାର କରାଯିବ । ଆସନ୍ତା ଜାନୁୟାରୀ ୭ରୁ ୯ ତାରିଖ ପର୍ଯ୍ୟନ୍ତ ଅର୍ଥନୈତିକ ଅବରୋଧ କରିବାକୁ ସିଏସି ନିଷ୍ପତ୍ତି ନେଇଛି।

   Related Posts