Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଆନନ୍ଦପୁରରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟସେବା, ଡାକ୍ତର ପଦବୀ ପୂରଣ ଦାବିରେ ଧାରଣା

9/07/2021 at 11:57 AM

ଆନନ୍ଦପୁର ୯/୭: ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଦୈନିକ କେନ୍ଦୁଝର ଜିଲ୍ଲାର ବିଭିନ୍ନ ଅଞ୍ଚଳ ସମେତ ଯାଜପୁର, ଭଦ୍ରକ ଓ ପଡୋଶୀ ମୟୁରଭଞ୍ଜ ଜିଲ୍ଲାର ହଜାର ହଜାର ଲୋକେ ସ୍ବାସ୍ଥସେବା ପାଇଁ ନିର୍ଭର କରନ୍ତି । ଏଠାରେ ଥିବା ମୋଟ ଡାକ୍ତର ପଦବୀରୁ ମାତ୍ର ୫୦ ପ୍ରତିଶତ ଡାକ୍ତର ରହିଛନ୍ତି । ଅସ୍ତିଶଲ୍ୟ, ନିଶ୍ଚେତକ, ଭେଷଜ ବିଭାଗ ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ଡାକ୍ତର ପଦବୀ ଦିର୍ଘଦିନ ଧରି ଖାଲିପଡିଥିବାରୁ ଲୋକେ ହନ୍ତସନ୍ତ ହୋଇ କଟକ ଯାଉଛନ୍ତି ।

ଲୋକଙ୍କୁ ଉଚିତ୍ ସ୍ୱାସ୍ଥ୍ୟସେବା ପାଇଁ ସମସ୍ତ ଡାକ୍ତର ପଦବୀ ପୁରଣ ଦାବିରେ ସ୍ବେଚ୍ଛାସେବି ସଂଗଠନ ମା` ଧନେଇ ସେବାସଂଘ ତରଫରୁ ଡାକ୍ତରଖାନା ସମ୍ମୁଖରେ ଧାରଣା ଦିଆଯାଇଛି । ଯେ ପର୍ଯ୍ୟନ୍ତ ଦାବି ପୂରଣ ନହେବ ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରିରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି । ତେବେ ପୂର୍ବରୁ ଆଜିର ଧାରଣା ସମ୍ପର୍କରେ କର୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ଆଜି ମେଡିକାଲ ସୁପରିଟେଣ୍ଡଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ ଦେଖାଦେଇଛି ।

   Related Posts