ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା

Published By : Prameya-News7 Bureau | January 26, 2021 IST

କେନ୍ଦ୍ରାପଡା ୨୬।୧: କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ହୋଇଛି । ସିଡିଏମଓଙ୍କ କାର୍ଯ୍ୟାଳୟ ଆଗରେ ମୃତକଙ୍କ ଶବ ରଖି ପରିବାର ଲୋକେ ଧାରଣାରେ ବସିଥିଲେ ।

{"id":398592,"sizeSlug":"large","linkDestination":"none"}

ସୋମବାର ସନ୍ଧ୍ୟାରେ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଅନୁଆପଡା ଗାଁର ସୁଲୋଚନା ରାଉତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳୁ ସୁଲୋଚନାଙ୍କର ମୃତ୍ୟୁ ହୋଇଯାଇଥିଲେ ।

{"id":398593,"sizeSlug":"large","linkDestination":"none"}

ତେବେ ଚିକିତ୍ସା ଅବହେଳାରୁ ସୁଲୋଚନାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଫଳରେ ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖା ଦେଇଥିଲା । ଏ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.