Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବିରେ ୭୬ଦିନରେ ପହଞ୍ଚିଛି ଆନ୍ଦୋଳନ

21/11/2018 at 1:12 PM

ସମ୍ବଲପୁର ୨୧|୧୧: ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଚାଲିଥିବା ଆନ୍ଦୋଳନ ଆଜି ୭୬ଦିନରେ ପହଞ୍ଚିଛି। ସେହିପରି କଚେରୀ ଛକରେ, ସମ୍ବଲପୁର ଜିଲ୍ଲା ଓକିଲସଂଘ ଓ ପଶ୍ଚିମଓଡିଶା ଓକିଲ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଦ୍ବାରା ଚାଲିଥିବା ଅହୋରାତ୍ର ରିଲେ ଅନଶନ ଆଜି ତୃତିୟ ଦିନରେ ପହଞ୍ଚିଛି। ଏତେଦିନ ଆନ୍ଦୋଳନ ଚାଲିବା ସତ୍ତ୍ବେ ଓ ପୁରା ପଶ୍ଚିମ ଓଡିଶାରେ ନ୍ୟାୟିକ ବ୍ୟବସ୍ଥା ଏବଂ ପ୍ରଶାସନିକ ବ୍ୟବସ୍ଥା ଅଚଳ ହୋଇଥିଲେ ମଧ୍ୟ, ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ଆନ୍ଦୋଳନକାରୀଙ୍କ ସହ ଆଲୋଚନା ନକରିବା ଦୁର୍ଭାଗ୍ୟଜନକ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ଆସନ୍ତା ୨୯ ଓ ୩୦ରେ ପଶ୍ଚିମ ଓଡିଶାର ୧୦ଟି ଜିଲ୍ଲାରେ ୪୮ଘଣ୍ଟିଆ ମହାବନ୍ଦ କରାଯିବାକୁ ପ୍ରସ୍ତୁତି ଜୋରସୋର୍‌ରେ ଚାଲିଛି। ହେଲେ ସିଏସି ଡାକରା ଦେଇଛି ଏବେ ନୁହେଁ ତ, କେବେ ନୁହେଁ, ତେଣୁ ଦାବି ହାସଲ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରୀ ରହିବ ବୋଲି ସିଏସିର ଆବାହକ ସୂଚନା ଦେଇଛନ୍ତି ।

   Related Posts